ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ ଗୁଳି ଚଳାଇବାକୁ ପଡ଼ିଥିଲା।
ଦୁଇ ଦିନ ପୂର୍ବରୁ ଏହି ଗଣବଳାତ୍କାର ମାମଲାର ଦୁଇ ଜଣ ଅଭିଯୁକ୍ତ ଖସିବାକୁ ଉଦ୍ୟମ କରି ପୋଲିସ ଗୁଳିରେ ଆହତ ହୋଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ୧୦ ଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।
ଟିପ୍ ଅଫ୍ ପାଇବା ପରେ ବୁଧବାର ସକାଳେ ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶାହବାଜଙ୍କୁ ଗିରଫ କରିବା ପାଇଁ ପହଞ୍ଚିଥିଲା ସିଟି ପୋଲିସ। ଘଟଣା ସ୍ଥଳରୁ ଖସିବା ପାଇଁ ଜଣେ ପୋଲିସ କର୍ମୀଙ୍କୁ ଛୁରା ମାଡ଼ କରିଥିଲା ଶାହାବାଜ। ପୋଲିସର ଜବାବୀ ଆକ୍ରମଣରେ ଅଭିଯୁକ୍ତଙ୍କ ଗୋଡ଼ରେ ଗୁଳି ବାଜିଥିଲା। ଘଟଣାରେ ଜଣେ କନଷ୍ଟେବଳ ଆହତ ହୋଇଛନ୍ତି। ଅଭିଯୁକ୍ତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.