ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ ସେ ଶୀଘ୍ର ସୁସ୍ଥ ହୋଇ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଆଥଲେଟ୍‌ଙ୍କ ମନୋବଳ ବୃଦ୍ଧି କରିବେ ବୋଲି ପ୍ରଧାନମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
କରୋନା ଆକ୍ରାନ୍ତ ପଦ୍ମଶ୍ରୀ ମିଲ୍‌ଖା ସିଂଙ୍କ ସ୍ବାସ୍ଥ୍ୟରେ ହଠାତ୍‌ ଖରାପ ହେବାରୁ ଗୁରୁବାର ତାଙ୍କୁ ପିଜିଆଇରେ ଭର୍ତ୍ତି କରିବାକୁ ପଡିଥିଲା। ତାଙ୍କୁ କୋଭିଡ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭର୍ତ୍ତି କରାଯାଇଛି। ଏବେ ଅବସ୍ଥା ସ୍ଥିର ଅଛି। ମେ ୧୯ରେ ୯୧ ବର୍ଷୀୟ ମିଲ୍‌ଖା ସିଂ କରୋନା ଆକ୍ରାନ୍ତ ହୋଇଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.