ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍ ହାର ତଳକୁ ଖସିଛି। ଗତ ୨ ମାସ ତଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାରରୁ ଊର୍ଦ୍ଧ୍ୱ ରହିଥିବା ବେଳେ ବର୍ତ୍ତମାନ ଦୈନିକ ସଂକ୍ରମଣ ୧୬୦୦ରୁ ବି କମ୍ ରହିଛି। ଏହାକୁ ଦୃଷ୍ଟିରେ ରଖି ଗୁଜୁରାଟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାରରୁ ରାଜ୍ୟରେ ଲକ୍ଡାଉନକୁ କୋହଳ କରାଯାଇଥିବା ବେଳେ ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଚାଲିବ। ଏନେଇ ଶୁକ୍ରବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗୁଜରାଟର ୩୬ ଜିଲାରେ ସକାଳ ୯ଟାରୁ ସନ୍ଧ୍ୟା ୬ଟା ଯାଏ ସମସ୍ତ ଦୋକାନ ବଜାର, ସେଲୁନ ଓ ସ୍ପା ଖୋଲିବାକୁ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀ ଅନୁମତି ଦେଇଛନ୍ତି। ସେହିପରି ରାତି ୧୦ଟା ଯାଏ ରେଷ୍ଟୁରାଣ୍ଟ ଓ ହୋଟେଲରେ ହୋମ୍ ଡେଲିଭରୀ ସୁବିଧା ରହିଛି। ତେବେ ସମସ୍ତ ଜିଲାରେ ଜୁନ ୪ରୁ ୧୧ ପର୍ଯ୍ୟନ୍ତ ରାତି ୯ଟାରୁ ସକାଳ ୬ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ
Posted inକରୋନା ଭାଇରସ୍, ଜାତୀୟ View All
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା...
ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା
ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍...
କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ
ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍ଆଇଏଲ୍)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...
ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ
ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ...
ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ
ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ...
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...


