ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା ଓକିଲ ସଂଘ ଧାନ ଉଠାଣ ଏବଂ ଚାଷୀମାନଙ୍କୁ ଫସଲ କ୍ଷତି ଦାବିରେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଉଦ୍ଦେଶ୍ୟରେ ଅତାବିରା ବ୍ଲକ କୃଷି ଅଧିକାରୀ ବିଜୟ କୁମାର ପଟ୍ଟନାୟକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି । ବରଗଡ଼ ଜିଲା ଓକିଲ ସଂଘର ଧାରଣାକୁ ଅତାବିରା ଓକିଲ ସଂଘ ସମର୍ଥନ କରିଛି। ସେହିପରି ତୁରନ୍ତ ଉପରୋକ୍ତ ଦାବି ପୂରଣ କରିବାକୁ ସଂଘ ଦାବି କରିଛି । ଦାବି ପୂରଣ ନ ହେଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଓକିଲ ସଂଘ ସ୍ମାରକପତ୍ରରେ ଚେତାବନୀ ଦେଇଛି। ସଂଘର ସଭାପତି ଉନ୍ନିକ୍ରିଷ୍ଣନ ନାୟାରଙ୍କ ନେତୃତ୍ୱରେ ସଂଘର ଅନ୍ୟ କର୍ମକର୍ତ୍ତା ଏବଂ ସଭ୍ୟବୃନ୍ଦ ଅତାବିରା ବ୍ଳକ କୃଷି କାର୍ଯ୍ୟାଳୟକୁ ଯାଇ ସ୍ମାରକପତ୍ର ପ୍ରଦାନ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.