କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ମାଲଗୋଦାମ ଥାନା ଅଧୀନ ପିଲିଗ୍ରିମ ରୋଡ୍ରେ ଥିବା ଏକ ହୋଟେଲରେ ଦେହ ବ୍ୟବସାୟ ଚାଲିଥିଲା। ଖବରପାଇ ସ୍ଥାନୀୟ ପୋଲିସ ସେଠାରେ ଚଢାଉ କରି ଜଣେ ଯୁବତୀଙ୍କୁ ଉଦ୍ଧାର କରିଥିଲା। ଏଥିସହ ଜଣେ ମହିଳା ମଧ୍ୟସ୍ଥ ଓ ଜଣେ ଗ୍ରାହକଙ୍କୁ ଅଟକ ରଖିଛି। ଏହି ଘଟଣାରେ ହୋଟେଲ ମାଲିକଙ୍କୁ ପଚରାଉଚରା କରାଯାଇଥିବା ମାଲଗୋଦାମ ଥାନା ଅଧିକାରୀ ତୃପ୍ତି ନାୟକ ସୂଚନା ଦେଇଛନ୍ତି।
ବାଦାମବାଡି ଥାନା ଅଧୀନ ଶଙ୍କରପୁର ଦାସସାହିରେ ଘର ଭଡା ନେଇ ଦୁଇଜଣ ଯୁବକ ଓ ଜଣେ ଯୁବତୀ ସେକ୍ସ ର଼୍ୟାକେଟ୍ ଚଳାଉଥିଲେ। ଖବରପାଇ ପୋଲିସ ସେଠାରେ ଚଢାଉ କରି ସେକ୍ସ କାରବାରରେ ସମ୍ପୃକ୍ତ ୩ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ଦୁଇ ଜଣ ଯୁବତୀଯୁବକଙ୍କୁ ଅଟକ ରଖିଥିବାବେଳେ ଅନ୍ୟଜଣେ ଫେରାର ହୋଇଯାଇଛନ୍ତି। ପୂର୍ବରୁ ଉକ୍ତ ଘର ଉପରେ ପୋଲିସ ଚଢ଼ାଉ କରି ବିଫଳ ହୋଇଥିଲା। ଶନିବାର ସେଠାରେ ଦେହ ବ୍ୟବସାୟ ଚାଲୁଥିବା ଖବର ମିଳିବା ପରେ ପୋଲିସ ପକ୍ଷରୁ ଚଢାଉ କରାଯାଇଥିବା ଥାନା ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ର କହିଛନ୍ତି।
Posted inଆମ ଜିଲା ଖବର, କଟକ View All
ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍
କେସିଙ୍ଗା,୯ା୬(ଡି.ଏନ୍.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍ ହୋଇଥିଲା। କେସିଙ୍ଗା ରେଲଓ୍ବେ...
ଅମ୍ବାଳିଅଠା ନିକଟରେ ସିରିଜ୍ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...
ବିଆର୍ପିଏଲ୍: ଟୋପାଏ ପ୍ରଦୂଷଣ
ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...
‘ପିନାକ୍’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ
ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍ବେଗ ପ୍ରକାଶ କରିବା...


