ଦିଗପହଣ୍ଡି,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ପେଟ୍ରୋଲ ଡିଜେଲ ଖାଇବାତେଲ ଓ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧି ବିରୋଧରେ ଏହି ପ୍ରତିବାଦ କରାଯାଇଛି। ବାମପନ୍ଥୀ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ଦରଦାମ ବୃଦ୍ଧି ବିରୁଦ୍ଧରେ ଆସନ୍ତା ୩୦ ତାରିଖ ଯାଏ ଦେଶବ୍ୟାପୀ ଆନ୍ଦୋଳନ ଓ ପ୍ରଚାର ଅଭିଯାନ ପରିପ୍ରେକ୍ଷୀରେ ଆୟୋଜିତ ପ୍ରତିବାଦ ସଭାରେ ସ୍ଥାନୀୟ କଂଗ୍ରେସ ଦଳର ନେତୃବୃନ୍ଦ ସାମିଲ ଥିଲେ। ସଭା ପୂର୍ବରୁ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ଉପସ୍ଥିତ ସମସ୍ତ ଦଳୀୟ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ। ସ୍ଥାନୀୟ ଲୋକସେବା ପରିଷଦର ସମ୍ପାଦକ କୁରେଶୁ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ସିପିଆଇ ଗଞ୍ଜାମ ଜିଲା ସହ ସମ୍ପାଦକ ଅଳକା ନାଥ ମିଶ୍ର ଅଧ୍ୟକ୍ଷତା କରିଥିଲେ। ତେବେ ଏଥିରେ ଅନେକ ନେତା କର୍ମୀ ଉପସ୍ଥିତ ଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.