ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କରୋନା ଟେଷ୍ଟ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସେବାୟତ, ପୋଲିସ କର୍ମଚାରୀ ଓ ମନ୍ଦିର ଅଧିକାରୀଙ୍କର ୪ ଥର ଆରଟିପିସିଆର୍ ଟେଷ୍ଟ କରାଯିବ। ସ୍ନାନ ଯାତ୍ରା, ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରାର ୪୮ ଘଣ୍ଟା ପୂର୍ବରୁ ଏବଂ ନୀଳାଦ୍ରିବିଜେର ୧୫ ଦିନ ପରେ ଏ ସମସ୍ତଙ୍କର ଆରଟିପିସିଆର୍ ଟେଷ୍ଟ କରାଯିବ। ସ୍ନାନ ଯାତ୍ରା ଓ ରଥଯାତ୍ରାରେ ସେବାୟତଙ୍କୁ ଆବଶ୍ୟକ ମାସ୍କ ମଧ୍ୟ ଦିଆଯିବ।
ଏହା ସହିତ ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ସେବାୟତ ଓ ଅଧିକାରୀଙ୍କୁ ଟିକା ଦେବା ଉପରେ ଗୁରୁତ୍ୱ ଦିଆଯାଉଛି। ସେହିଭଳି ଶ୍ରୀମନ୍ଦିର ପ୍ରଶାସନ ଓ ସିଡିଏମଓଙ୍କ ଅଫିସ ମଧ୍ୟରେ ସେ ଯୋଗସୂତ୍ର ରଖିବା ପାଇଁ ଜଣେ ନୋଡାଲ ଅଧିକାରୀ ନିଯୁକ୍ତ ହେବେ ବୋଲି ନିଷ୍ପତ୍ତି ନିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.