Categories: ଖେଳ

ଆଶଙ୍କା ବଢାଇଲା ବର୍ଷା

ସାଉଥାମ୍ପଟନ,୨୧।୬: ସ୍ଥାନୀୟ ରୋଜ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ରେ ବର୍ଷା ଖଳନାୟକ ସାଜିଛି। ପ୍ରଥମ ଦିବସ ଭଳି ଚତୁର୍ଥ ଦିବସର ଖେଳ ମଧ୍ୟ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ଭାବେ ଧୋଇଯାଇଛି। ସକାଳୁ ବର୍ଷା ଆରମ୍ଭ ହୋଇଥିଲା ଓ ସନ୍ଧ୍ୟା ପର୍ଯ୍ୟନ୍ତ ବନ୍ଦ ହୋଇ ନ ଥିଲା। ପଡିଆରୁ ପାଣି ବାହାର କରିବା ପାଇଁ ସମୟ ମଧ୍ୟ ମିଳି ନ ଥିଲା। ମଙ୍ଗଳବାର ପଞ୍ଚମ ଦିବସରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଏଭଳି ସ୍ଥିତିରେ ରିଜର୍ଭ ଡେ’ରେ ଖେଳ ଆୟୋଜନ ହେବା ନିଶ୍ଚିତ ମନେ ହେଉଛି। ଏହି ହାଇପ୍ରୋଫାଇଲ ମ୍ୟାଚ୍‌ ଡ୍ର ହେବାର ଯଥେଷ୍ଟ ସମ୍ଭାବନା ରହିଛି।
ଟସ୍‌ ହାରି ଭାରତ ପ୍ରଥମ ଇନିଂସରେ ୯୨.୧ ଓଭରରେ ୨୧୭ ରନ୍‌ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୪୯ ଓଭରରେ ୨ ଉଇକେଟ ହରାଇ ୧୦୧ ରନ୍‌ ସଂଗ୍ରହ କରିଥିଲା। ୮ ଉଇକେଟ ହାତରେ ରଖି ନ୍ୟୁଜିଲାଣ୍ଡ ଏବେ ୧୧୬ ରନ୍‌ ପଛରେ ପଡିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.