ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୨୬ ତାରିଖରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଦିଆଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୟାଗଡ଼ ୭.୫, ପୁରୀ ୨୬, ଭୁବନେଶ୍ୱର ୭.୬, କଟକ ୨.୪ ଏବଂ ଚାନ୍ଦବାଲିରେ ୭.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.