ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏବେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବଲିଉଡ୍ ଇଣ୍ଡଷ୍ଟ୍ରିର ଟିପ୍ସ ଇଣ୍ଡଷ୍ଟ୍ରି ଲିମିଟେଡର ମାଲିକ ରମେଶ ତୌରାନି ଏହି ନକଲି ଟିକାକରଣ ସ୍କାମର ଶିକାର ହୋଇଛନ୍ତି। ମେ’ ୩୦ ଓ ଜୁନ ୩ରେ ରମେଶଙ୍କ କମ୍ପାନୀର ୩୬୫ କର୍ମଚାରୀଙ୍କୁ ଟିକା ଦିଆଯାଇଥିଲା। ହେଲେ ଏପର୍ଯ୍ୟନ୍ତ କାହାକୁ ବି ସାର୍ଟିଫିକେଟ ମିଳିପାରିନାହିଁ। ଏହାକୁ ନେଇ ରମେଶ ଚିନ୍ତିତ ଥିବା ବେଳେ ସେ କହିଛନ୍ତି, ଜୁନ ୧୨ ସୁଦ୍ଧା ମୁମ୍ବାଇର କୋକିଲାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରୁ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି କୁହାଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ କାହାରି ସାର୍ଟିଫିକେଟ ଆସିନାହିଁ। ୩୬୫ଜଣ କର୍ମଚାରୀଙ୍କ ଟିକାକରଣ କରାଯାଇଥିବା ବେଳେ ପ୍ରତ୍ୟେକ ବ୍ୟକ୍ତିଙ୍କ ଡୋଜ ପିଛା ପାଇଁ ୧୨୦୦ ଟଙ୍କା ସହିତ ଜିଏସ୍ଟି ଦିଆଯାଇଥିଲା। ଟଙ୍କାଠାରୁ ଅଧିକ ଚିନ୍ତିତ କରୁଛି ଆମ ସମସ୍ତଙ୍କୁ କ’ଣ ଦିଆଯାଇଛି। ଆମକୁ କୋଭିଶିଲ୍ଡ ଟିକା ନା ସାଧାରଣ ସାଲାଇନ୍ ଓ୍ବାଟର ଦିଆଯାଇଛି ବୋଲି ରମେଶ ଚିନ୍ତା ପ୍ରକଟ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.