କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ ଆଗରେ ହାଜର କରାଯାଇଥିବା ଥାନା ଅଧିକାରୀ ସୁଶାନ୍ତ ଦାଶ କହିଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ଏସେଲ ହଟିଂର ଅକ୍ଷୟ ଓଝା ଓ ବରକତନଗରର ଅର୍ମାନ ଖାନ।
ପ୍ରକାଶ ଯେ, ଗତ ୩ ତାରିଖରେ ଏହି ଘଟଣା ଘଟିଥିବା ବେଳେ ୬ ତାରିଖରେ ପୀଡ଼ିତା ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା (ନଂ.୯୪/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣା ଦିନ ରାତି ପ୍ରାୟ ସାଢ଼େ ୯ଟାରେ ମହିଳା ଜଣକ ପରିବା ବିକି କୋଇଡ଼ାରୁ ଘରକୁ ଫେରୁଥିବା ବେଳେ ୩ ଜଣ ଯୁବକ ଏକ ସ୍କର୍ପିଓରେ ଆସି ଗୁରୁଦ୍ୱାର ନିକଟରୁ ତାଙ୍କୁ ଜୋରଜବରଦସ୍ତ ଉଠାଇନେଇଥିଲେ। ସେମାନେ ମହିଳାଠାରୁ ୧୩ ହଜାର ଟଙ୍କା ଲୁଟ୍ କରିବା ପରେ ମୁଣ୍ଡାନାଳ ଜଙ୍ଗଲକୁ ନେଇ ଗଣ ବଳାତ୍କାର କରିଥିବା ଅଭିଯୋଗରେ ଦର୍ଶାଯାଇଛି। ମହିଳାଙ୍କୁ ଜଙ୍ଗଲରେ ଅଟକାଇ ରଖିଥିଲେ ହେଁ କୌଶଳ କ୍ରମେ ସେ ଖସି ଆସିଥିଲେ। ଭୟରେ ଘରେ ଲୁଚି ରହିବା ପରେ ୩ ଦିନ ପରେ ଥାନାରେ ଅଭିଯୋଗ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.