ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି ଏକ ଘଟଣା। ଅଭିଯୋଗ ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ଯୁବକଙ୍କୁ ଗିରଫ କରିଛି।
ନବମ ଶ୍ରେଣୀର ନାବାଳିକାଙ୍କୁ ଉକ୍ତ ଯୁବକ ବହୁବାର ପ୍ରେମ ନିବେଦନ କରି ବିଫଳ ହୋଇଥିଲେ। ଏ ସମ୍ପର୍କରେ ନାବାଳିକା ଘରେ ଜଣାଇବା ପରେ ଗାଁରେ ଏକ ବୈଠକ ବସିଥିଲା। ଏଥିରେ ଯୁବକଙ୍କୁ ଭୁଲ ମାଗିବାକୁ ପଡ଼ିଥିଲା। ଗୁରୁବାର ସକାଳେ ନାବାଳିକା ତାଙ୍କ ସାଙ୍ଗଙ୍କ ସହ ଟ୍ୟୁଶନ ଯାଉଥିବା ବେଳେ ଯୁବକ ଜଣକଙ୍କ ସାମ୍ନାରେ ପଡ଼ି ଯାଇଥିଲେ। ନାବାଳିକାଙ୍କୁ ସେ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଥିଲେ। ନାବାଳିକାଙ୍କ ସାଙ୍ଗ ଗାଁରେ ଖବର ଦେବା ପରେ ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ଡାକ୍ତରଖାନାକୁ ନିଆଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.