ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍ଇ ପକ୍ଷରୁ ଭାଲ୍ୟଏଶନ୍ ଫର୍ମୂଲା ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଛି। ଫର୍ମୂଲା ଅନୁସାରେ ଦଶମ, ଏକାଦଶ ଏବଂ ଦ୍ୱାଦଶର ସ୍କୁଲ୍ ପରୀକ୍ଷା ମାର୍କ ଆଧାରରେ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ। ଶିକ୍ଷାର୍ଥୀ ଦଶମରେ ରଖିଥିବା ମାର୍କର ୩୦ ପ୍ରତିଶତ, ଏକାଦଶର ୩୦ ପ୍ରତିଶତ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ୍ ପରୀକ୍ଷାରେ ରଖିଥିବା ୪୦ ପ୍ରତିଶତ ମାର୍କ ଆଧାରରେ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ କରାଯିବ ବୋଲି ସିବିଏସ୍ଇ ପକ୍ଷରୁ ଦାଖଲ କରାଯାଇଥିବା ଫର୍ମୂଲାରେ ଉଲ୍ଲେଖ କରାଯାଇଛି। ଦ୍ୱାଦଶର ପ୍ରି ବୋର୍ଡ ପରୀକ୍ଷା ଏବଂ ପ୍ରାକ୍ଟିକାଲ ପରୀକ୍ଷା ମାର୍କକୁ ଗ୍ରହଣ କରାଯିବ। ଦଶମ ବୋର୍ଡ ପରୀକ୍ଷାର ୫ଟି ବିଷୟ ମଧ୍ୟରୁ ଶ୍ରେଷ୍ଠତମ ମାର୍କ ରହିଥିବା ୩ଟି ବିଷୟକୁ ଗ୍ରହଣ କରାଯିବ ବୋଲି ସିବିଏସ୍ଇ ପକ୍ଷରୁ ଭାଲ୍ୟୁଏଶନ୍ ଫର୍ମୂଲାରେ ଦର୍ଶାଯାଇଛି। ଜୁଲାଇ ୩୧ରେ ସିବିଏସ୍ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.