ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍ସିପିସିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଉତ୍ତରପ୍ରଦେଶରେ ସର୍ବାଧିକ ୨୧୧୦ ଶିଶୁ ଅନାଥ ହୋଇଛନ୍ତି। ସେହିପରି ବିହାରରେ ୧୩୨୭, କେରଳରେ ୯୫୨ ଏବଂ ମଧ୍ୟପ୍ରଦେଶରେ ୭୧୨ ଜଣ ଶିଶୁ ଅନାଥ ହୋଇଛନ୍ତି। ମେ’ ୨୯ ସୁଦ୍ଧା ବିଭିନ୍ନ ରାଜ୍ୟର ରିପୋର୍ଟରୁ ଏହା ଜଣାପଡ଼ିଛି। ମହାରାଷ୍ଟ୍ରରେ ୪୪୫୧ ଶିଶୁ ମାତା ଅବା ପିତାଙ୍କ ମଧ୍ୟରୁ ଜଣଙ୍କୁ ହରାଇ ଥିବାବେଳେ ୧୪୧ ଜଣ ଅନାଥ ହୋଇଯାଇଥିବା ଏନ୍ସିପିସିଆର୍ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜୁନ୍ ୭ ମଧ୍ୟରେ ମାତା ପିତାଙ୍କ ହରାଇ ଥିବା ଶିଶୁଙ୍କ ତଥ୍ୟ ଏନ୍ସିପିସିଆର୍ ଓ୍ବେବ୍ସାଇଟ୍ ‘ବାଲ୍ ସ୍ବରାଜ’ରେ ଅପଲୋଡ୍ କରିବା ପାଇଁ ଦେଶର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ସୁପ୍ରିମ୍କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.