E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରୋନାଲ୍ଡୋଙ୍କ ରେକର୍ଡ: ପର୍ତ୍ତୁଗାଲର ଦମ୍‌ଦାର ବିଜୟ
7:22 amJune 17, 2021

ବୁଦାପେଷ୍ଟ,୧୭।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଗୋଲ ଦେବା ପରେ ଇଞ୍ଜୁରି ଟାଇମର ଦ୍ୱିତୀୟ ମିନିଟ୍‌ରେ ଏକ ଚମତ୍କାର ଫିଲ୍ଡ ଗୋଲ ପ୍ରଦାନ କରିଥିଲେ। ତେବେ ଏହାପୂର୍ବରୁ ୮୪ତମ ମିନିଟ୍‌ରେ ରାଫାଏ ଗୁଏରେଇରୋ ପ୍ରଥମ ଗୋଲ ଦେଇ ଡିଫେଣ୍ଡିଂ ଚାମ୍ପିୟନ ପର୍ତ୍ତୁଗାଲକୁ ଅଗ୍ରଣୀ କରାଇଥିଲେ। ମ୍ୟାଚ୍‌ରେ ପର୍ତ୍ତୁଗାଲ ସମ୍ପୂର୍ଣ୍ଣରୂପେ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା।
ଟୁର୍ନାମେଣ୍ଟର ପଞ୍ଚମ ଦିବସରେ ପୂରା ଷ୍ଟାଡିୟମରେ ଏହି ମ୍ୟାଚ୍‌ ଖେଳାଯାଇଥିଲା। ପୁସ୍କାସ ଏରେନାରେ ୬୭,୨୧୫ ଦର୍ଶକ ଉପସ୍ଥିତ ଥିଲେ ଓ ଏମାନଙ୍କ ମଧ୍ୟରେ ଅଧିକାଂଶ ପ୍ରଶଂସକ ହଙ୍ଗେରୀର ଥିଲେ। ୧୦ଟି ଦେଶ ମଧ୍ୟରୁ ହଙ୍ଗେରୀ ଏକମାତ୍ର ଦେଶ ଯେଉଁଠି ପୂରା ଷ୍ଟାଡିୟମରେ ମ୍ୟାଚ୍‌ ଆୟୋଜନ ହେଉଛି। ପୂରା ଷ୍ଟାଡିୟମରେ ରୋନାଲ୍ଡୋଙ୍କ ପ୍ରଦର୍ଶନ ଐତିହାସିକ ଥିଲା। ୟୁରୋପିଆନ ଚାମ୍ପିୟନଶିପ୍‌ରେ ରୋନାଲ୍ଡୋ ସର୍ବାଧିକ କ୍ୟାରିୟର ଗୋଲ ସ୍କୋର କରି ରେକର୍ଡ କରିଛନ୍ତି। ଜୁଭେଣ୍ଟସର ଏହି ଫରଓ୍ବାର୍ଡ ୨୦୦୪ ପରଠାରୁ ପଞ୍ଚମ ୟୁରୋପିଆନ ଚାମ୍ପିୟନଶିପ୍‌ ଖେଳୁଛନ୍ତି। ମାଇକେଲ ପ୍ଲାଟିନି ଓ ରୋନାଲ୍ଡୋ ସମାନ ୯ଟି ଗୋଲ କରି ଏହି ଟୁର୍ନାମେଣ୍ଟରେ ପ୍ରବେଶ କରିଥିଲେ। ଏବେ ରୋନାଲ୍ଡୋ ୧୧ ଗୋଲ ସ୍କୋର କରି ଆଗରେ ରହିଛନ୍ତି। ୩୬ ବର୍ଷୀୟ ରୋନାଲ୍ଡୋ ଏକମାତ୍ର ଖେଳାଳି ଭାବେ କ୍ରମାଗତ ୫ଟି ୟୁରୋ କପ୍‌ରେ ଗୋଲ ସ୍କୋର କରିବାର ଗୌରବ ଅର୍ଜନ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଫେଡରର

ପ୍ୟାରିସ, ୭।୬-ତୃତୀୟ ରାଉଣ୍ଡରେ ସଂଘର୍ଷପୂର୍ଣ୍ଣ ବିଜୟ ପରେ ସୁଇଜରଲାଣ୍ଡର ରୋଜର ଫେଡରର ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଆଣ୍ଠୁରେ ୨...

ମହିଳା କ୍ରିକେଟ ଖେଳାଳିଙ୍କୁ ରାହାନେଙ୍କ ଟିପ୍ସ

ନୂଆଦିଲ୍ଲୀ, ୧୫।୬(ପି.ଟି.)-ଭାରତୀୟ ମହିଳା କ୍ରିକେଟ ଦଳ ଦୀର୍ଘ ୭ ବର୍ଷ ବ୍ୟବଧାନରେ ଟେଷ୍ଟ ମ୍ୟାଚ ଖେଳିବାକୁ ଯାଉଛି। ଇଂଲଣ୍ଡ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ...

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ...

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି।...

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା...

ଦେଶର ଶ୍ରେଷ୍ଠ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ କିଟ୍‌

ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍‌ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ...

ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ

ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍‌ର ୧୬ଜଣିଆ ସ୍କ୍ବାଡ୍‌ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ...

୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ଓ ହ୍ବାଇଟ୍‌ ଫଙ୍ଗସ୍‌
Next Post Next post:
ଇନ୍ଧନ ଟିକସ କ’ଣ ଏକମାତ୍ର ବିକଳ୍ପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts