ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍ ମହାମାରୀ ଭଳି ଏକ ଜଟିଳ ସମୟରେ ଅର୍ଥନୈତିକ ପୁନରୁଦ୍ଧାର ଏବଂ ସାମଗ୍ରିକ ଅଭିବୃଦ୍ଧି, ସ୍ବାସ୍ଥ୍ୟ ଏବଂ ଜନକଲ୍ୟାଣ, ଜଳବାୟୁ ଓ ପରିବେଶ, ଉତ୍ତମ ଶାସନ ଓ ସମାନତା ଆଦି ବିଷୟକୁ ଆଧାର କରି ଆସିଥିବା ୬୩୦ଟି ପ୍ରସ୍ତାବକୁ ନେଇ ଏହି ପ୍ରତିଯୋଗିତା କରାଯାଇଥିଲା। ସେଥିମଧ୍ୟରୁ ଅଭିନବ ତଥା ଉଦ୍ଭାବନଶୀଳ ପ୍ରକଳ୍ପ ପ୍ରସ୍ତାବ ଲାଗି ରାଉରକେଲା, ପୁଣେ ସମେତ ୫୦ଟି ସହର ଫାଇନାଲିଷ୍ଟ ହୋଇପାରିଛନ୍ତି। ରାଉରକେଲା ସହରରେ ସୌରଚାଳିତ ତଥା ଚଳମାନ ଶୀତଳଭଣ୍ଡାର ବ୍ୟବସ୍ଥା କରି ଲୋକଙ୍କ ଘର ପାଖରେ ତାଜା ପନିପରିବା ଓ ଫଳ ଆଦି ପହଞ୍ଚାଇବା ଏହି ପ୍ରକଳ୍ପର ମୂଳ ଲକ୍ଷ୍ୟ। ଏହା ମାଧ୍ୟମରେ ଚାଷୀ, କ୍ଷୁଦ୍ର ବ୍ୟବସାୟୀଙ୍କ ସହିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କର ଜୀବିକା ଓ ଆର୍ଥିକ ବିକାଶ ହୋଇପାରିବ। ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ରାଉରକେଲା ଉତ୍ତୀର୍ଣ୍ଣ ହୋଇ ୧୫ଟି ଶ୍ରେଷ୍ଠ ସହର ତାଲିକାରେ ସ୍ଥାନ ପାଇବ ବୋଲି ବୁଧବାର ଏକ ଖବରଦାତା ସମ୍ମିଳନୀ କରି ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଆଶାବ୍ୟକ୍ତ କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ରାଜ୍ୟ, ସୁନ୍ଦରଗଡ଼ View All
ପ୍ରସ୍ତାବ ମାତ୍ରେ ଅଣଦେଖା
ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...
ୟୁଟ୍ୟୁବ୍ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ...
ବଢୁଛି ବଜ୍ରପାତ ବିପତ୍ତ
ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ...
କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ବିଜେଡି ଏମ୍ପି-ବିଧାୟକ ମୁହାଁମୁହିଁ
ପାଲଲହଡ଼ା,୫ା୬(ଡି.ଏନ୍.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟନକୁ ନେଇ ଢେଙ୍କାନାଳ ଏମ୍ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ...
କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...


