ଦୁବାଇ,୧୨ା୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ମୁସଲମାନ ସମ୍ପ୍ରଦାୟର ପବିତ୍ର ହଜ୍ ତୀର୍ଥଯାତ୍ରାରେ ୬୦ ହଜାର ଲୋକ ସାମିଲ ହୋଇପାରିବେ। ଏନେଇ ସାଉଦି ଆରବ ସରକାର ଶନିବାର ଘୋଷଣା କରିଛନ୍ତି। ଏଥିରେ କେବଳ ସ୍ଥାନୀୟ ଲୋକ ଭାଗ ନେଇପାରିବେ। ହଜ୍ ଯାତ୍ରାରେ ବାହାର ଦେଶର ଲୋକଙ୍କ ଉପରେ ରୋକ୍ ଲଗାଯାଇଛି। ସରକାରଙ୍କ ପକ୍ଷରୁ ଏକ ବିବୃତିରେ କୁହାଯାଇଉଛି ଯେ, ଚଳିତ ବର୍ଷ ଜୁଲାଇରେ ହଜ୍ ଯାତ୍ରା ଆରମ୍ଭ ହେବ। ଏଥିରେ ୧୮ରୁ ୬୫ ବର୍ଷ ବୟସ ବର୍ଗର ଲୋକେ ସାମିଲ ହୋଇପାରିବେ। ଯାତ୍ରା ସାମିଲ ହେବାକୁ ଥିବା ଲୋକଙ୍କୁ କରୋନା ଟିକା ନେବାକୁ ବାଧ୍ୟତାମୂଳକ କରାଯାଇଛି। ଗତ ବର୍ଷ ମଧ୍ୟ କଟକଣା ମଧ୍ୟରେ ଯାତ୍ରା ଅନୁଷ୍ଠିତ ହୋଇଥିଲା। ସ୍ବାଭାବିକ ସ୍ଥିତିରେ ପ୍ରାୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକେ ଏହି ଧାର୍ମିକ ଯାତ୍ରାରେ ସାମିଲ ହୋଇଥାନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.