ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଡିଏଭି ଗଳିର ସୁମନ୍ତ ଦେ(୨୫) ଏବଂ ବାସନ୍ତୀ କଲୋନୀର ପ୍ରମୋଦ ପରିଡ଼ା (୩୭)। ଉଭୟ ଡ୍ୟାମ୍କୁ ବୁଲିବାକୁ ଆସିଥିଲେ। ଡ୍ୟାମ୍ ପାର୍ଶ୍ୱରେ ଛିଡ଼ା ହୋଇ ସେଲ୍ଫି ନେଉଥିବା ବେଳେ ଖସି ପଡ଼ିଥିଲେ।
ଏହା ଦେଖି ପ୍ରତ୍ୟକ୍ଷଦର୍ଶୀ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ରାଜଗାଙ୍ଗପୁର ଥାନା ଓ କାଂଶବାହାଲ ଫାଣ୍ଡି ପୋଲିସ ପହଞ୍ଚତ୍ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ। ପ୍ରଥମେ ପ୍ରମୋଦଙ୍କୁ ଗୁରୁତର ଅବସ୍ଥାରେ ଡ୍ୟାମ୍ ପାଣିରୁ ବାହାର କରି ରାଉରକେଲା ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ହେଲେ ଅଗ୍ନିଶମ କର୍ମଚାରୀ ବହୁ ଖୋଜାଖୋଜି କରି ସନ୍ଧ୍ୟାରେ ସୁମନ୍ତଙ୍କ ମୃତଦେହ ଉଦ୍ଧାର କରିଥିଲେ। ସେମାନେ ରାଉରକେଲାରୁ କିପରି ଏବଂ କାହା ସହିତ ଆସିଥିଲେ ତାହା ଜଣାପଡ଼ିନାହିଁ।
ମିଳିଥିବା ସୂଚନା ଅନୁଯାୟୀ, ଗତ ଜାନୁୟାରୀ ମାସରେ ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଇବ୍ନଦୀ କୂଳକୁ ପିକ୍ନିକ୍ କରିବାକୁ ଯାଇ ସେଲ୍ଫି ନେବା ବେଳେ ନଦୀରେ ଖସିପଡ଼ି ରାଜଗାଙ୍ଗପୁର ଅଞ୍ଚଳର ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.