E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ, ମେଟ୍ରୋ

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ
9:56 amJune 26, 2021June 27, 2021

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ ଜ୍ୟେଷ୍ଠ ପୁତ୍ର। ଶୁକ୍ରବାର ଜୟନ୍ତ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ନେବାବେଳେ ରାସ୍ତାରେ ତାଙ୍କର ଦେହାନ୍ତ ହୋଇଯାଇଛି।
କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଜିଗିନିପାଟପୁରରେ ଜଷ୍ଟିସ୍‌ ଦାସ ଏବଂ ପ୍ରଭାମୟୀ ଦେବୀ (ପଣ୍ଡିତ ଗୋପବନ୍ଧୁ ଦାସଙ୍କ ନାତୁଣୀ)ଙ୍କ କୋଳମଣ୍ଡନ କରିଥିଲେ ଜୟନ୍ତ। ରେଭେନ୍‌ଶା କଲେଜିଏଟ୍‌ ସ୍କୁଲ୍‌ରେ ପ୍ରାଥମିକ ଶିକ୍ଷା ସମାପ୍ତ କରିବା ପରେ ସେ ଉଚ୍ଚଶିକ୍ଷା ପାଇଁ ଦିଲ୍ଲୀର ସେଣ୍ଟ ଷ୍ଟିଫେନ୍ସ କଲେଜରେ ଅଧ୍ୟୟନ କରିଥିଲେ। ପରେ ସେ ଇଣ୍ଡିଆନ୍‌ ଅଡିଟ୍‌ ଆଣ୍ଡ ଆକାଉଣ୍ଟସ୍‌ ସର୍ଭିସ୍‌ରେ ଯୋଗଦେଇଥିଲେ। ଏହି ସମୟରେ ସେ ପ୍ରଶାସନିକ ଅଧିକାରୀ (ଆଇଏଏସ୍‌) ସରିତା ଜୟନ୍ତ ଦାସଙ୍କୁ ବିବାହ କରିଥିଲେ। ଡେପୁଟି ଅଡିଟର ଜେନେରାଲ ଭାବେ କାର୍ଯ୍ୟ କରି ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ଓକିଲାତି କରି ବହୁ ସୁନାମ ଅର୍ଜନ କରିପାରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟର ଆଡଭୋକେଟ୍‌ ଜେନେରାଲ ଭାବେ କାର୍ଯ୍ୟ କରିଥିଲେ। ଜୟନ୍ତଙ୍କ ପରଲୋକରେ ଓଡ଼ିଶା ହାଇକୋର୍ଟର ଆଡଭୋକେଟ୍‌ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସଭାପତି ଜଗବନ୍ଧୁ ସାହୁ, ସମ୍ପାଦକ ଜିତେନ୍ଦ୍ର କୁମାର ଲେଙ୍କା, ଅଲ୍‌ ଓଡ଼ିଶା ଲୟର୍ସ ଆସୋସିଏଶନର ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ତ୍ରିପାଠୀ, ସଭାପତି ଜ୍ଞାନରଞ୍ଜନ ମହାନ୍ତି, ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ, ଆଇନଜୀବୀ ବିଜୟ କୁମାର ରଗଡ଼ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।
ଜୟନ୍ତଙ୍କ ମରଶରୀର ନିକଟରେ ତାଙ୍କ ଭାଇ ଯଶବନ୍ତ ଦାସ, ପୁଅ ଆଦିତ୍ୟ ଦାସ ଏବଂ ବନ୍ଧୁ ଅଶୋକ ଚେନଚେଲା ଉପସ୍ଥିତ ଥିଲେ। ଶେଷ ଦର୍ଶନ ଲାଗି ଭୁବନେଶ୍ୱର ଫରେଷ୍ଟ ପାର୍କ ସ୍ଥିତ ତାଙ୍କ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ଆସି ପହଞ୍ଚିଥିଲେ। ସ୍ଥାନୀୟ ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ଆଦିତ୍ୟ ମୁଖାଗ୍ନି ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ, ମେଟ୍ରୋ View All

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ...

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...

ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫...

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
Next Post Next post:
ଦୈନିକ ସଂକ୍ରମଣ ୫୦ ହଜାର ତଳେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts