ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ ଜ୍ୟେଷ୍ଠ ପୁତ୍ର। ଶୁକ୍ରବାର ଜୟନ୍ତ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ନେବାବେଳେ ରାସ୍ତାରେ ତାଙ୍କର ଦେହାନ୍ତ ହୋଇଯାଇଛି।
କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଜିଗିନିପାଟପୁରରେ ଜଷ୍ଟିସ୍‌ ଦାସ ଏବଂ ପ୍ରଭାମୟୀ ଦେବୀ (ପଣ୍ଡିତ ଗୋପବନ୍ଧୁ ଦାସଙ୍କ ନାତୁଣୀ)ଙ୍କ କୋଳମଣ୍ଡନ କରିଥିଲେ ଜୟନ୍ତ। ରେଭେନ୍‌ଶା କଲେଜିଏଟ୍‌ ସ୍କୁଲ୍‌ରେ ପ୍ରାଥମିକ ଶିକ୍ଷା ସମାପ୍ତ କରିବା ପରେ ସେ ଉଚ୍ଚଶିକ୍ଷା ପାଇଁ ଦିଲ୍ଲୀର ସେଣ୍ଟ ଷ୍ଟିଫେନ୍ସ କଲେଜରେ ଅଧ୍ୟୟନ କରିଥିଲେ। ପରେ ସେ ଇଣ୍ଡିଆନ୍‌ ଅଡିଟ୍‌ ଆଣ୍ଡ ଆକାଉଣ୍ଟସ୍‌ ସର୍ଭିସ୍‌ରେ ଯୋଗଦେଇଥିଲେ। ଏହି ସମୟରେ ସେ ପ୍ରଶାସନିକ ଅଧିକାରୀ (ଆଇଏଏସ୍‌) ସରିତା ଜୟନ୍ତ ଦାସଙ୍କୁ ବିବାହ କରିଥିଲେ। ଡେପୁଟି ଅଡିଟର ଜେନେରାଲ ଭାବେ କାର୍ଯ୍ୟ କରି ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ଓକିଲାତି କରି ବହୁ ସୁନାମ ଅର୍ଜନ କରିପାରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟର ଆଡଭୋକେଟ୍‌ ଜେନେରାଲ ଭାବେ କାର୍ଯ୍ୟ କରିଥିଲେ। ଜୟନ୍ତଙ୍କ ପରଲୋକରେ ଓଡ଼ିଶା ହାଇକୋର୍ଟର ଆଡଭୋକେଟ୍‌ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସଭାପତି ଜଗବନ୍ଧୁ ସାହୁ, ସମ୍ପାଦକ ଜିତେନ୍ଦ୍ର କୁମାର ଲେଙ୍କା, ଅଲ୍‌ ଓଡ଼ିଶା ଲୟର୍ସ ଆସୋସିଏଶନର ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ତ୍ରିପାଠୀ, ସଭାପତି ଜ୍ଞାନରଞ୍ଜନ ମହାନ୍ତି, ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ, ଆଇନଜୀବୀ ବିଜୟ କୁମାର ରଗଡ଼ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।
ଜୟନ୍ତଙ୍କ ମରଶରୀର ନିକଟରେ ତାଙ୍କ ଭାଇ ଯଶବନ୍ତ ଦାସ, ପୁଅ ଆଦିତ୍ୟ ଦାସ ଏବଂ ବନ୍ଧୁ ଅଶୋକ ଚେନଚେଲା ଉପସ୍ଥିତ ଥିଲେ। ଶେଷ ଦର୍ଶନ ଲାଗି ଭୁବନେଶ୍ୱର ଫରେଷ୍ଟ ପାର୍କ ସ୍ଥିତ ତାଙ୍କ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ଆସି ପହଞ୍ଚିଥିଲେ। ସ୍ଥାନୀୟ ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ଆଦିତ୍ୟ ମୁଖାଗ୍ନି ଦେଇଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.