E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ
3:43 pmJune 21, 2021

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କେସିଆର୍‌ ସିଦ୍ଦିପେଟରେ ଅନେକ ସରକାରୀ କାର୍ଯ୍ୟାଳୟର ଉଦଘାଟନ କରିଥିଲେ। ଏହି କ୍ରମରେ ସେ ଜିଲାପାଳଙ୍କ କାର୍ଯ୍ୟାଳୟ ଉଦଘାଟନ କରିଥିଲେ। ସେଠାରେ ଭେଙ୍କଟାରାମ ରେଡ୍ଡୀ ମଧ୍ୟ ଉପସ୍ଥିତ ଥିଲେ। ଜିଲାପାଳଙ୍କ ଚେୟାରରେ ବସିବା ପରେ ରେଡ୍ଡୀ ସେଠାରୁ ଉଠି ଅନ୍ୟମାନଙ୍କ ସହିତ ତାଙ୍କ ପାଖରେ ଠିଆ ହୋଇଥିବା କେସିଆର୍‌ଙ୍କ ପାଦ ଛୁଇଁଥିଲେ। ଏହି ଘଟଣାର ଭିଡିଓ ଭାଇରାଲ ହୋଇଛି। ଘଟଣା ସମୟରେ ମୁଖ୍ୟ ଶାସନ ସଚିବ ସୋମେଶ କୁମାର ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଉପସ୍ଥିତ ଥିଲେ। ଭିଡିଓରେ ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କୁ ତାଙ୍କ ପାଦ ଛୁଇଁବାକୁ ଅଟକାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି।
ତେଲଙ୍ଗାନା ଭାଜପା ମୁଖପାତ୍ର କେ କୃଷ୍ଣ ସାଗର ରାଓ ଏହି ଘଟଣାରେ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ ଏପରି କାର୍ଯ୍ୟ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ପାଇଁ ଉପଯୁକ୍ତ ନୁହେଁ। ଏଭଳି ପଦକ୍ଷେପ ଆଇଏଏସ ଅଧିକାରୀଙ୍କ ସମ୍ମାନ, ଅଖଣ୍ଡତା ଏବଂ ସ୍ବାଧୀନତାକୁ କ୍ଷୁର୍ଣ୍ଣ କରିଥାଏ।
ଭେଙ୍କଟାରାମ ରେଡ୍ଡୀ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ, କେସିଆର ତାଙ୍କ ପାଇଁ ଜଣେ ପିତା। ଶୁଭ ଅବସରରେ ବଡ଼ମାନଙ୍କ ଆଶୀର୍ବାଦ ପାଇବା ତେଲଙ୍ଗାନାର ସଂସ୍କୃତିର ଏକ ଅଂଶ। ଯେତେବେଳେ ମୁଁ ନୂତନ ଜିଲାପାଳ କାର୍ଯ୍ୟାଳୟରେ ଦାୟିତ୍ୱ ନେଉଥିଲି, ସେତେବେଳେ ମୁଁ ମୋ ପିତାଙ୍କ ପରି ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଇଥିଲି ବୋଲି ସେ କହିଛନ୍ତି। ଏହାସହ ରେଡ୍ଡୀ ଏହାକୁ ଏକ ପ୍ରସଙ୍ଗ ନ କରିବାକୁ ଅନୁରୋଧ କରିଥିଲେ।

కెసిఅర్ కాళ్ళ మీద పడ్డ కలెక్టర్ . 🤷‍♂️ pic.twitter.com/yZbRZTxaWh

— Pulse of Telangana #StaySafe (@PulseTelangana) June 20, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ

କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍‌ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ...

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି...

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା...

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ...

ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌କୁ ଅନୁମତି

ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌ ଟିକା ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ...

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ
Next Post Next post:
 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts