କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର ନିକଟ କାରୋ ରିଜର୍ଭ ଜଙ୍ଗଲରେ। ହତ୍ୟାକାରୀ ହେଉଛନ୍ତି ରୂପ ସିଂ ସିଦ୍ଧୁ । ମୂର୍ଗାପଡାରେ ରହୁଥିବା ଶାଶୁ ଓ ଶାଳୀଙ୍କ ସହିତ ରୂପ ସିଂ ଜଙ୍ଗଲକୁ ଛତୁ ସଂଗ୍ରହ କରିବା ପାଇଁ ଯାଇଥିଲେ। ବାଟରେ ଶାଳୀଙ୍କ ସହିତ ଝଗଡ଼ା ଉଗ୍ର ରୂପ ନେବାରୁ ରୂପ କୁରାଢ଼ିରେ ବେକକୁ କାଟି ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଥିଲେ। ଶାଶୁଙ୍କ ହାତକୁ ଗାମୁଛାରେ ବାନ୍ଧି ବଳାତ୍କାର କରିଥିଲେ। କୌଶଳ କ୍ରମେ ଶାଶୁ ଫୁଲମଣି ଖସି ଆସି କିରିବୁର ଥାନାରେ ଖବର ଦେବାରୁ କିରିବୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ବଲାଣି ଥାନାକୁ ଖବର ଦେଇଥିଲା। ଦୁର୍ଗମ ଅଞ୍ଚଳ ହୋଇଥିବାରୁ ବଲାଣି ପୋଲିସ ଜଙ୍ଗଲରେ ଚାଲି ଚାଲି ମଧ୍ୟାହ୍ନରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିବା ଥାନାଧିକାରୀ ବିଜୟ ବିହାରୀ କହିଛନ୍ତି। ହତ୍ୟାକାରୀ ରୂପ ସିଂ ସିଦ୍ଧୁ ବର୍ତ୍ତମାନ ଯାଏ ଫେରାର ଅଛନ୍ତି ।
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
Posted inଅପରାଧ, ଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All
ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା
ଝାରସୁଗୁଡା ଅଫିସ୍,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି।...
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ...
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...
ପରୀ ପରେ ବେବିନାଙ୍କୁ ହତ୍ୟା
ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ...
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...


