ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ମଙ୍ଗଳୁ ମୁଣ୍ଡାଙ୍କ ସ୍ତ୍ରୀ ପାଙ୍ଗିଲା ମୁଣ୍ଡା।
ମିଳିଥିବା ସୂଚନା ଅନୁଯାୟୀ, ପାଙ୍ଗିଲା ରବିବାର ରାତ୍ରିରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କ ବାମ ହାତ ରେ କାମୁଡି ଦେଇଥିଲା।ସୋମବାର ସକାଳୁ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣୁ ଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପାଟଣା ଥାନାରେ ୧୭/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଏସଆଇ ଶିବଶଙ୍କର ଆଲଦା ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।
Posted inଆମ ଜିଲା ଖବର, କେନ୍ଦୁଝର View All
ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ...
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
ଛତ୍ରପୁର,୧୧।୬(ଡି.ଏନ୍.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି...
ଲକ୍ଡାଉନ୍ରେ ବଢ଼ିଛି ମାଦକଦ୍ରବ୍ୟ କାରବାର
ଜଗତ୍ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍ସିଂହପୁର ଜିଲାରେ ଲକ୍ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ...
କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗାଁ,୬।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
ଗଞ୍ଜାମରେ ଟିକାକରଣ ସ୍ବଭାବିକ
ଛତ୍ରପୁର,୨୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ...


