ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏବାବଦ ଚେକ୍ ପ୍ରଦାନ କରିଛନ୍ତି। ଏହି ଅବସରରେ ମହାପାତ୍ର ସଂଘ ସଦସ୍ୟ ଓ କର୍ମଚାରୀଙ୍କୁ ସାଧୁବାଦ ଜଣାଇବା ସହ ନିଜ ଶିଳ୍ପାନୁଷ୍ଠାନ ତଥା ବ୍ୟକ୍ତିଗତ ସ୍ତରରେ କରୋନା ନିୟମ ଅନୁପାଳନ ଓ ସଚେତନତା କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରିଛନ୍ତି। ସେହିପରି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ୪ର୍ଥ ଶ୍ରେଣୀର ଛାତ୍ର ପୃଥ୍ବୀ ସାରଥୀ ରାଉତରାୟ ନିଜ ପକେଟ ଓ ଜନ୍ମଦିନ ଭୋଜି ଖର୍ଚ୍ଚରୁ ସଞ୍ଚୟ କରି ରାଜ୍ୟ କୋଭିଡ୍ ପରିଚାଳନା ପାଇଁ ୧୦,୩୫୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କୁ ଚେକ୍ ପ୍ରଦାନ କରି ପୃଥ୍ବୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ପିଲାଙ୍କ ଚିକତ୍ସା ପାଇଁ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ କରୁଛନ୍ତି। ମୁଁ ମୋ ଜନ୍ମଦିନ ଭୋଜି ନ କରି ରିଲିଫ୍ ପାଣ୍ଠିକୁ ଦାନ କଲି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.