ପୁରୀ ଅଫିସ, ୮।୬: ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ଏତଲା ଦେବା ସହ ବିଧାୟକ ନାୟକଙ୍କୁ ଗିରଫ କରାଯିବାକୁ ଦାବି କରିଛନ୍ତି। ପଟ୍ଟନାୟକ କହିଛନ୍ତି, ମହାପ୍ରଭୁଙ୍କ ନୀତିକାନ୍ତିକୁ ଗୁରୁତ୍ୱ ଦେଇ ସୁପ୍ରିମକୋର୍ଟ ଗତବର୍ଷ ପୁରୀ ରଥଯାତ୍ରା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲା ପ୍ରଶାସନ ଓ ରାଜ୍ୟ ସରକାର ଉତ୍ତମ ପରିଚାଳନା ଦ୍ୱାରା ବିନା ଭକ୍ତରେ ରଥଯାତ୍ରା କରାଇଥିଲେ। ଏପରିସ୍ଥଳେ ବିଧାୟକ ନାୟକ ନୀଳଗିରି ରଥଯାତ୍ରା ବନ୍ଦ କରିବା ପାଇଁ ବାଲେଶ୍ୱର ଜିଲାପାଳଙ୍କୁ ଚିଠି ଲେଖିବା ସମୀଚୀନ ହୋଇନାହିଁ। ବିଧାୟକ ନାୟକଙ୍କ ଏହି କାର୍ଯ୍ୟ ଧର୍ମ ବିରୋଧୀ ସଦୃଶ। ତେଣୁ ତାଙ୍କ ବିରୋଧରେ ଦଫା ୨୯୫, ୨୯୫ (କ), ୨୯୬, ୨୯୭, ୨୯୮ ଓ ୧୨୦ (ଖ)ରେ ଏକ ମାମଲା ରୁଜୁ ସହ ତାଙ୍କୁ ଗିରଫ କରିବା ପାଇଁ ପଟ୍ଟନାୟକ ଦାବି କରିଛନ୍ତି। ତେବେ ଏ ନେଇ ବିଧାୟକ ନାୟକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ସୂଚନାଯୋଗ୍ୟ, ଗତବର୍ଷ କୋଭିଡ କଟକଣା ମଧ୍ୟରେ ନୀଳଗିରିରେ ରଥ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। ଏ ବାବଦରେ ୭ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିଲା। ଶେଷରେ ରଥଯାତ୍ରା ହୋଇ ପାରି ନ ଥିଲା। ଚଳିତବର୍ଷ ମଧ୍ୟ କୋଭିଡ୍ କଟକଣା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ଅଧିକାରୀମାନଙ୍କ ବିନା ଅନୁମତିରେ ଠାକୁରମାହାଲ ରାଜକୋଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ନ କରିବା ପାଇଁ ଗତ ୫ ତାରିଖରେ ବାଲେଶ୍ୱର ଜିଲାପାଳ, ୫-ଟି ସଚିବ, ଦେବୋତ୍ତର ବିଭାଗକୁ ନାୟକ ଚିଠି ଲେଖିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.