E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସ୍ପେନ୍‌- ପୋଲାଣ୍ଡ ମ୍ୟାଚ୍‌ ଡ୍ର
7:48 amJune 21, 2021

ସେଭିଲ,୨୧।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ଶନିବାର ଖେଳାଯାଇଥିବା ଅନ୍ୟ ଏକ ମ୍ୟାଚ୍‌ରେ ସ୍ପେନ୍‌ ଓ ପୋଲାଣ୍ଡ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ସ୍ପେନ୍‌ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେବାରେ ବିଫଳ ହୋଇଥିଲା। ଫଳରେ ଏବେ ସ୍ପେନ୍‌ ଗ୍ରୁପ୍‌ ପର୍ଯ୍ୟାୟରୁ ବାଦ୍‌ ପଡିବାର ସମ୍ଭାବନା ସୃଷ୍ଟି ହୋଇଛି। ଅନ୍ୟପଟେ ଆଉ ଗୋଟିଏ ପରାଜୟ ବରଣ କଲେ ପୋଲାଣ୍ଡର ନକ୍‌ଆଉଟ ଆଶା ଶେଷ ହେବ। ୨୫ତମ ମିନିଟ୍‌ରେ ଅଲଭାରୋ ମୋରାଟା ଗୋଲ ଦେଇ ସ୍ପେନକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟାର୍ଦ୍ଧରେ ୫୪ତମ ମିନିଟ୍‌ରେ ପୋଲାଣ୍ଡ ତରଫରୁ ରବର୍ଟ ଲଓ୍ବୋଣ୍ଡୋସ୍କି ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନ ସ୍ଥିତିକୁ ଆଣିଥିଲେ। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ଓ ମ୍ୟାଚ୍‌ରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ଆମେ ଆଉ ଏକ ବିଜୟ ହାତଛଡ଼ା କରିଛୁ ବୋଲି ମୋରାଟା ସ୍ବୀକାର କରିଛନ୍ତି। ସାରା ମ୍ୟାଚ୍‌ରେ ସ୍ପେନର ଆଧିପତ୍ୟ ଦେଖିବାକୁ ମିଳିଥିଲା। କିନ୍ତୁ ସ୍ପେନ୍‌ ବିଜୟୀ ହୋଇପାରି ନ ଥିଲା। ମ୍ୟାଚ୍‌ ଫଳାଫଳ ନେଇ ସ୍ପେନ୍‌ ମିଡ୍‌ ଫିଲ୍ଡର ରୋଡ୍ରି ହେର୍ନାଣ୍ଡିଜ ନୌରାଶ୍ୟ ଜାହିର କରିଛନ୍ତି। ଏହା ପୂର୍ବରୁ ପ୍ରଥମ ମ୍ୟାଚ୍‌ରେ ସ୍ପେନ୍‌ ଭଲ ଖେଳିଥିଲେ ମଧ୍ୟ ସ୍ବିଡେନକୁ ହରାଇପାରି ନ ଥିଲା। ଫଳରେ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର ରହିଥିଲା।
ଏଥିସହ ଗ୍ରୁପ୍‌ ଇ’ରେ ସ୍ପେନ ଦୁଇଟି ମ୍ୟାଚ୍‌ ଖେଳି ଦୁଇଟି ଡ୍ର ସହ ୨ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛି। ସେହିପରି ପୋଲାଣ୍ଡ ଦୁଇଟି ମ୍ୟାଚ୍‌ ଖେଳି ଗୋଟିଏ ପରାଜୟ ଓ ଗୋଟିଏ ଡ୍ର ସହ ୧ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ସ୍ବିଡେନ ୨ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୪ ପଏଣ୍ଟ ପାଇ ଶୀର୍ଷରେ ରହିଛି। ସେହିପରି ସ୍ଲୋଭାକିଆ ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ୩ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। କୋଭିଡ୍‌-୧୯ କାରଣରୁ ସ୍ପେନ ଅଧିନାୟକ ସର୍ଗିଓ ବସକ୍ୱୋଟ୍ସ ଏ ପର୍ଯ୍ୟନ୍ତ ମ୍ୟାଚ୍‌ ଖେଳିନାହାନ୍ତି। ସୁସ୍ଥ ହୋଇ ସେ ଶୁକ୍ରବାର ଦଳରେ ଯୋଗ ଦେଇଛନ୍ତି। ସ୍ପେନ୍‌ ବୁଧବାର କର ବା ମର ମ୍ୟାଚ୍‌ରେ ସ୍ଲୋଭାକିଆକୁ ଭେଟିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍‌ ସସ୍‌ପେଣ୍ଡ

ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍‌ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍‌ଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍‌ ଟେଷ୍ଟରୁ ସେ ନିଜକୁ ଦୂରେଇ...

ଭାରତୀୟଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ବଟଲର, ମୋର୍ଗାନଙ୍କ ବିରୋଧରେ ଇସିବିର ତଦନ୍ତ

ଲଣ୍ଡନ,୧୦।୬(ପି.ଟି.): ଭାରତୀୟଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରି ଇଂଲଣ୍ଡ ସୀମିତ ଓଭର ଅଧିନାୟକ ଇଅନ ମୋର୍ଗାନ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ଏବେ ହରଡ଼ଘଣାରେ...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…
Next Post Next post:
ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts