ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା ଖମାରପଡ଼ାର ମନୋଜ ବିଶ୍ବାଳ(୩୧)। ହତ୍ୟାକାଣ୍ଡ ସମ୍ପର୍କରେ ଖବର ପାଇ ଡିଏସ୍ପି ରୋହିତ ଥାଟ୍ଟ, ଆଇଆଇସି ରଞ୍ଜନ ବିଶ୍ବାଳ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ମୃତକଙ୍କ ଜେଜ ମଙ୍ଗଶିର ବିଶ୍ବାଳ ତାଙ୍କ ନାତିଙ୍କୁ ହତ୍ୟା କରାଯାଇଛି ବୋଲି ବେଲପାହାଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।
ଅଭିଯୋଗକୁ ଭିତ୍ତିକରି ପୋଲିସ ବେଲପାହାଡ଼ ଥାନା କେସ୍ ନଂ ୧୧୩/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଝାରସୁଗୁଡ଼ା ପଠାଇଛି। ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଗୌନ୍ତିଆପଡ଼ାର ପ୍ରମୋଦ ଭୋଇ(୩୧)। ଅଭିଯୁକ୍ତଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି।
ତଦନ୍ତକାରୀ ପୋଲିସ ସୂତ୍ରରୁ ପ୍ରକାଶ, ମନୋଜଙ୍କ ଘରୁ ୨ସାଙ୍ଗ ବାହାରି କିଛି ବାଟ ଗଲା ପରେ କୌଣସି କାରଣକୁ ନେଇ ରାସ୍ତାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତ୍କ୍ଷିପ୍ତ ହୋଇ ପ୍ରମୋଦ ପାଖରେ ପଡ଼ିଥିବା ଏକ ବାଉଁଶ ଠେଙ୍ଗାରେ ମନୋଜଙ୍କ ମୁଣ୍ଡକୁ ବାରମ୍ବାର ଆକ୍ରମଣ କରିଥିଲେ। ଆହତ ମନୋଜଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସେ ଅଚେତ ଅବସ୍ଥାରେ ସେଠାରେ ପଡ଼ି । ଖବରପାଇ ମନୋଜଙ୍କ ଘର ଲୋକ ସେଠାରେ ପହଞ୍ଚି ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଟିଆରଏଲ କ୍ରୋସାକି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ମନୋଜଙ୍କୁ ମୃତ ଘୋଷଣା କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.