ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ବଡ଼ ଭାଇ ବିପ୍ରଚରଣ ପ୍ରଧାନ ଓ ତାଙ୍କ ପୁଅ ଅରୁଣ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ପୁରୁଷୋତ୍ତମପୁର ପୋଲିସ ଏକ ମାମଲା(ନଂ. ୨୫୨/୨୧) ରୁଜୁ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ପୋଲିସ ଥାନାରେ ଅଟକ ରଖି ପଚାରଉଚୁରା ଚଳାଇଛି। ପ୍ରକାଶ ଯେ, ପୈତୃକ ସମ୍ପତି ଭାଗ ବଣ୍ଟାକୁ ନେଇ ବିପ୍ରଚରଣ ପ୍ରଧାନ ଓ ତାଙ୍କ ଭାଇ ବିଜୟଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା। ଏହାକୁ ନେଇ ବିଜୟଙ୍କ ପରିବାର ଲୋକେ ବିପ୍ରଙ୍କ ଘରେ ପଶି ପାଟିତୁଣ୍ଡ କରିଥିଲେ। ଏହି ସମୟରେ ବିଜୟଙ୍କ ନାବାଳକ ପୂଅ ପୂର୍ବ ଯୋଜନା ମୁତାବକ ଧରିଥିବା ଛୁରି ବଡ ବାପା ବିପ୍ରଚରଣ ଓ ଭାଇ ଅରୁଣଙ୍କୁ ଭୁଷି ଦେଇଥିଲେ। ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.