ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣା ଦେବାକୁ ଡାକରା ଦିଆଯାଇଛି। ଜୁନ୍ ୧୧ ଶୁକ୍ରବାର ପୂର୍ବାହ୍ନ ୭ ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ବିକ୍ଷୋଭ କରାଯିବ। ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତୈଳ ଦର ବୃଦ୍ଧି ଯୋଗୁ ଜନସାଧାରଣ ତ୍ରାହି ତ୍ରାହି ଡାକୁଛନ୍ତି। ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ଅତିକ୍ରମ କରି ସାରିଲାଣି। ତୈଳ ଦର ବୃଦ୍ଧି ଯୋଗୁ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀ ଦର ଆକାଶଛୁଅଁା ହୋଇଛି। ଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପିଛା ଦର ୫.୭୨ ଟଙ୍କା ବୃଦ୍ଧି ପାଇଥ୍ତ୍ବା ବେଳେ ଡିଜେଲ ଦର ଲିଟର ପିଛା ୨୩.୯୩ ଟଙ୍କା ବଢ଼ିଛି। ଚଳିତବର୍ଷ ଗତ ୫ମାସ ମଧ୍ୟରେ ୪୩ ଥର ତୈଳ ଦର ବୃଦ୍ଧି ହୋଇଛି। ସରକାର ଟିକସ ବୃଦ୍ଧି ବାହାନାରେ ମହାମାରୀ ସମୟରେ ଲୋକଙ୍କୁ ଲୁଟି ଚାଲିଛନ୍ତି। ତୁରନ୍ତ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ କଂଗ୍ରେସ ଦାବି କରିଛି। ବିକ୍ଷୋଭ ସମୟରେ କୋଭିଡ୍-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟ ରଖି ବ୍ୟାନର, ପ୍ଲାକାର୍ଡ ଧରି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ପିସିିସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲା, ବ୍ଲକ, ନଗର ସ୍ତରରେ ଜିଲା କଂଗ୍ରେସ ସଭାପତିମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ଏମ୍ପି, ପ୍ରାକ୍ତନ ବିଧାୟକ ଓ ଏମ୍ପି, ବିଧାୟକ ଓ ଏମ୍ପି ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ କର୍ମକର୍ତ୍ତାଙ୍କୁ ସାମିଲ କରିବାକୁ ନିରଞ୍ଜନ ଆହ୍ବାନ ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.