ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ କରନ୍ତୁ ବୋଲି ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଡିଜି (ଆଇନ ଶୃଙ୍ଖଳା) ଯଶବନ୍ତ ଜେଠୱା କହିଛନ୍ତି। ଅମାନିଆଙ୍କ ଭଳି ନ ହୋଇ ସମସ୍ତ କୋଭିଡ୍ ନିୟମ ମଧ୍ୟରେ ରହି ପରିବାରବର୍ଗଙ୍କ ସହ ଏହି ପର୍ବ ପାଳନ କରିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି।
କୋଭିଡ୍-୧୯ର ଦ୍ୱିତୀୟ ଲହର ଆରମ୍ଭଠାରୁ ଓଡ଼ିଶା ପୋଲିସ ପକ୍ଷରୁ ସାରା ରାଜ୍ୟରେ ଏନ୍ଫୋର୍ସମେଣ୍ଟ ଡ୍ରାଇଭ୍କୁ କଡ଼ାକଡ଼ି କରାଯାଉଛି। ସମସ୍ତ ଏସ୍ପି ଓ କମିଶନରେଟ୍ ପୋଲିସର ଡିସିପିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନାରେ ପ୍ରାୟ ୧୬୧ ପ୍ଲାଟୁନ୍ ପୋଲିସ ଫୋର୍ସ ଏହି ଏନ୍ଫୋର୍ସମେଣ୍ଟ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଗତ ଦୁଇମାସ ମଧ୍ୟରେ ବିଭିନ୍ନ ଜିଲାର ୪ ଲକ୍ଷ ୭୬ହଜାର ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେମାନଙ୍କଠାରୁ ପ୍ରାୟ ୧୪ କୋଟି ୫୮ ଲକ୍ଷ ଟଙ୍କାର ଜରିମାନା ଆଦାୟ କରାଯାଇଛି। ଏଥିସହିତ କୋଭିଡ୍ ନିୟମ ଉଲ୍ଲଂଘନ କରିଥିବା ନେଇ ୩ ହଜାର ୫ଶହ ଦୋକାନ, ଶପିଂମଲ୍, ଶିକ୍ଷାନୁଷ୍ଠାନ ସିଲ୍ ଓ ୨୯ ହଜାର ଗାଡି ସିଜ୍ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପୋଲିସ ପକ୍ଷରୁ ୨୭୮ଟି ମାମଲା ରୁଜୁ କରାଯାଇ ୧୩୩୨ଜଣଙ୍କୁ ଗିରଫ କରାଯାଇଛି।
ଏଥିସହ ସେ କହିଛନ୍ତି, କରୋନା ସମୟରେ ସାଇବର ଅପରାଧରେ ବୃଦ୍ଧି ଘଟିଛି। ଅଜ୍ଞାତରେ ଲୋକମାନେ ସାଇବର ଠକଙ୍କ ଶିକାର ହେଉଛନ୍ତି। ତେଣୁ କୌଣସି ବ୍ୟକ୍ତି ସାଇବର ଠକେଇର ଶିକାର ହେଲେ ତୁରନ୍ତ ଟୋଲ୍ ଫ୍ରି ନଂ.୧୫୫୨୬୦ ରେ କଲ୍ କରି ଜଣାନ୍ତୁ। ସୂଚନା ପାଇବା ମାତ୍ରେ ଓଡ଼ିଶା ପୋଲିସର ସାଇବର ଥାନା, ସାଇବର ସେଲ୍, ସାଇବର ହେଲ୍ପ ଡେସ୍କଗୁଡ଼ିକ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯିବ। ଠକେଇର ଅଳ୍ପ ସମୟ (ଘଣ୍ଟାଏ) ମଧ୍ୟରେ ଜଣାଇଲେ ପୋଲିସ ଏହାର ତଦନ୍ତ କରି ବ୍ୟାଙ୍କ ନେଣଦେଣ ବନ୍ଦ କରିବା ପାଇଁ ପଦକ୍ଷେପ ନେବ। ଏଥିସହିତ ସାଇବର ଠକଙ୍କ ଆକାଉଣ୍ଟରୁ ଠକେଇ ଟଙ୍କା ଫେରାଇ ଅଣାଯାଇପାରିବ ବୋଲି ଜେଠଓ୍ବା କହିଛନ୍ତି।
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ...
ଓଏଏସ୍ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...
ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ
ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...
‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି...
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...
ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...
ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍ ଆଣ୍ଡ୍ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି।...


