ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ କରନ୍ତୁ ବୋଲି ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଡିଜି (ଆଇନ ଶୃଙ୍ଖଳା) ଯଶବନ୍ତ ଜେଠୱା କହିଛନ୍ତି। ଅମାନିଆଙ୍କ ଭଳି ନ ହୋଇ ସମସ୍ତ କୋଭିଡ୍ ନିୟମ ମଧ୍ୟରେ ରହି ପରିବାରବର୍ଗଙ୍କ ସହ ଏହି ପର୍ବ ପାଳନ କରିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି।
କୋଭିଡ୍-୧୯ର ଦ୍ୱିତୀୟ ଲହର ଆରମ୍ଭଠାରୁ ଓଡ଼ିଶା ପୋଲିସ ପକ୍ଷରୁ ସାରା ରାଜ୍ୟରେ ଏନ୍ଫୋର୍ସମେଣ୍ଟ ଡ୍ରାଇଭ୍କୁ କଡ଼ାକଡ଼ି କରାଯାଉଛି। ସମସ୍ତ ଏସ୍ପି ଓ କମିଶନରେଟ୍ ପୋଲିସର ଡିସିପିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନାରେ ପ୍ରାୟ ୧୬୧ ପ୍ଲାଟୁନ୍ ପୋଲିସ ଫୋର୍ସ ଏହି ଏନ୍ଫୋର୍ସମେଣ୍ଟ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଗତ ଦୁଇମାସ ମଧ୍ୟରେ ବିଭିନ୍ନ ଜିଲାର ୪ ଲକ୍ଷ ୭୬ହଜାର ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେମାନଙ୍କଠାରୁ ପ୍ରାୟ ୧୪ କୋଟି ୫୮ ଲକ୍ଷ ଟଙ୍କାର ଜରିମାନା ଆଦାୟ କରାଯାଇଛି। ଏଥିସହିତ କୋଭିଡ୍ ନିୟମ ଉଲ୍ଲଂଘନ କରିଥିବା ନେଇ ୩ ହଜାର ୫ଶହ ଦୋକାନ, ଶପିଂମଲ୍, ଶିକ୍ଷାନୁଷ୍ଠାନ ସିଲ୍ ଓ ୨୯ ହଜାର ଗାଡି ସିଜ୍ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପୋଲିସ ପକ୍ଷରୁ ୨୭୮ଟି ମାମଲା ରୁଜୁ କରାଯାଇ ୧୩୩୨ଜଣଙ୍କୁ ଗିରଫ କରାଯାଇଛି।
ଏଥିସହ ସେ କହିଛନ୍ତି, କରୋନା ସମୟରେ ସାଇବର ଅପରାଧରେ ବୃଦ୍ଧି ଘଟିଛି। ଅଜ୍ଞାତରେ ଲୋକମାନେ ସାଇବର ଠକଙ୍କ ଶିକାର ହେଉଛନ୍ତି। ତେଣୁ କୌଣସି ବ୍ୟକ୍ତି ସାଇବର ଠକେଇର ଶିକାର ହେଲେ ତୁରନ୍ତ ଟୋଲ୍ ଫ୍ରି ନଂ.୧୫୫୨୬୦ ରେ କଲ୍ କରି ଜଣାନ୍ତୁ। ସୂଚନା ପାଇବା ମାତ୍ରେ ଓଡ଼ିଶା ପୋଲିସର ସାଇବର ଥାନା, ସାଇବର ସେଲ୍, ସାଇବର ହେଲ୍ପ ଡେସ୍କଗୁଡ଼ିକ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯିବ। ଠକେଇର ଅଳ୍ପ ସମୟ (ଘଣ୍ଟାଏ) ମଧ୍ୟରେ ଜଣାଇଲେ ପୋଲିସ ଏହାର ତଦନ୍ତ କରି ବ୍ୟାଙ୍କ ନେଣଦେଣ ବନ୍ଦ କରିବା ପାଇଁ ପଦକ୍ଷେପ ନେବ। ଏଥିସହିତ ସାଇବର ଠକଙ୍କ ଆକାଉଣ୍ଟରୁ ଠକେଇ ଟଙ୍କା ଫେରାଇ ଅଣାଯାଇପାରିବ ବୋଲି ଜେଠଓ୍ବା କହିଛନ୍ତି।
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...
ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର
ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ...
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...
ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...
ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ
ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍ବେଗ ପ୍ରକାଶ କରିବା...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...


