ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ ଅରିନଗରର ଅନ୍ନା ପ୍ରାଣୀ ଉଦ୍ୟାନରେ ୪ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ସିଂହଙ୍କ ମଧ୍ୟରେ କରୋନା ଦ୍ୱିତୀୟ ଲହରର ଡେଲ୍ଟା ଭାରିଆଣ୍ଟ ଲକ୍ଷଣ ଚିହ୍ନଟ ହୋଇଛି। ଏନେଇ ଶୁକ୍ରବାର ଅନ୍ନା ପ୍ରାଣୀ ଉଦ୍ୟାନ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମିତ ସିଂହଙ୍କଠାରୁ ନିଆଯାଇଥିବା ନମୁନାର ଜିନୋମରୁ ଜଣାପଡ଼ିଛି ଯେ, ଏହା ଡେଲ୍ଟା ଭାରିଆଣ୍ଟ। ସୂଚନାଯୋଗ୍ୟ, ଭୋପାଳର ଆଇସିଏଆର ଓ ନ୍ୟାସନାଲ ଇନ୍ଷ୍ଟିଚ୍ୟୁଟ ଅଫ୍ ହାଇ ସିକ୍ୟୁରିଟି ପଶୁ ରୋଗ(ଏନ୍ଆଇଏଚ୍ଏସ୍ଏଡି)କୁ ପ୍ରାଣୀ ଉଦ୍ୟାନ ପକ୍ଷରୁ ୧୧ସିଂହର ନମୁନା ପଠାଯାଇଥିଲା। ଏହାପରେ ଜୁନ ୩ରେ ୯ସିଂହଙ୍କ ନମୁନାରେ କରୋନା ଭାଇରସ୍ ଚିହ୍ନଟ ହୋଇଥିଲା। ବର୍ତ୍ତମାନ ସେମାନଙ୍କ ଚିକିତ୍ସା ଜାରି ରହିଛି। ପୁଣି ୪ସିଂହଙ୍କ ଭିତରେ କରୋନା ଲକ୍ଷଣ ଚିହ୍ନଟ ହେବା ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଦେଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.