ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ ୧୭ ବର୍ଷୀୟ ଏମାନ୍ୟୁଏଲ୍ ଓଣ୍ଡିମୁଙ୍କ ବେକରେ ବନ୍ଧୁକ ରଖି ଗୁଳି ଚଳାଇଥିଲେ। ଡେମ୍ବି ଡୋଲୋ ସହରରେ ଗେମେଚୁ ମେନଗେଶା ଜଣେ କଣ୍ଟ୍ରାକ୍ଟରଙ୍କୁ ଦଶମ ଶ୍ରେଣୀ ଛାତ୍ର ଏମାନ୍ୟୁଏଲ୍ ଗୁଳିକରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଥିଲା। ଆଞ୍ଚଳିକ ସ୍ବତନ୍ତ୍ର ବଳ ଲିୟୁ ହେଲ୍ ତାଙ୍କୁ ଘରୁ ଗିରଫ କରି ସର୍ବସାଧାରଣରେ ମାଡ଼ ମାରିବା ବେଳେ ସେ ଖସିଯିବାକୁ ଉଦ୍ୟମ କରିଥିଲେ। ହେଲେ ସୈନ୍ୟମାନେ ତାଙ୍କୁ ଗୁଳିକରି ହତ୍ୟା କରିଥିଲେ। ଉକ୍ତ ଘଟଣା ମେ’ ୧୧ ପୂର୍ବାହ୍ନ ୮ଟାରେ ଘଟିଥିବାବେଳେ ଏହାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ହ୍ୟୁମାନ ରାଇଟ୍ସ ଓ୍ବାଚ୍ର ହର୍ନ ଆଫ୍ରିକା ନିର୍ଦ୍ଦେଶକ ଲାଏଟିଟିଆ ବଦେର ଏହି ମୃତ୍ୟୁଦଣ୍ଡକୁ ମାନବ ଜୀବନ ପ୍ରତି ସମ୍ମାନ ଭାବେ ଅଭିହିତ କରିଛନ୍ତି। ଏହା ଇଥିଓପିଆ ସୁରକ୍ଷା ବଳର ଦାୟିତ୍ୱହୀନତାକୁ ପ୍ରମାଣ କରୁଥିବା ସେ କହିଛନ୍ତି।
Posted inଅନ୍ତର୍ଜାତୀୟ View All
କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ
ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର...
ଜେନେଭାରେ ବାଇଡେନ୍-ପୁଟିନ୍ ସମିଟ୍
ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍...
୧୦୦ କୋଟି ଡୋଜ୍ ଟିକା ଦେବ ଜି ୭
କାର୍ବିସ୍ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍ ଟିକା...
ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ
ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍ରେ...
ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି
ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ...
କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା
ଓ୍ବାଶିଂଟନ୍,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...
ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…
ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...
ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍, ପଠାଇଥିଲେ ଏମିତି ମେସେଜ
ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍କୁ ବୋରିସ୍ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍ କମିଙ୍ଗ୍ସ...


