ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ ଏ୧ ଗ୍ରେଡ୍ରେ ୨୬୫୬ଜଣ, ଏ୨ ଗ୍ରେଡ୍ରେ ୨୨୧୩୧ଜଣ, ବି୧ ଗ୍ରେଡ୍ରେ ୫୨୨୯୯ଜଣ, ବି୨ ଗ୍ରେଡରେ ୯୪୪୭୫ଜଣ ରହିଛନ୍ତି। ତେବେ ପରୀକ୍ଷା ହୋଇ ନ ଥିବାରୁ ନିଜ ମାର୍କରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। ସ୍ଥିତି ସ୍ବାଭାବିକ ହେଲେ ସେମାନେ ପରୀକ୍ଷା ଦେବେ। ଏଥିଲାଗି ଜୁଲାଇ ୫ରୁ ଫର୍ମ ଫିଲଅପ୍ କରିବାକୁ ହେବ। ଅଗଷ୍ଟ ଶେଷ ସୁଦ୍ଧା ପରୀକ୍ଷା କରିବାକୁ ଚେଷ୍ଟା କରାଯିବ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ବୋର୍ଡ ସଭାପତି କହିଛନ୍ତି।
ପ୍ରକାଶ ଯେ, ଚଳିତ ଥର ୫,୭୪,୧୨୫ ପିଲାଙ୍କର ମୂଲ୍ୟାଙ୍କନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫,୬୧,୦୧୦ଜଣ ପାସ କରିଛନ୍ତି। ୭୭୦୩ ଛାତ୍ରୀଛାତ୍ର ଫେଲ୍ ହୋଇଥିବା ବେଳେ ପରୀକ୍ଷାରେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିଭଳି ୫୯୪୫ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଏକ୍ସ ରେଗୁଲାର ପାସ ହାର ୮୮.୩୩% ରହିଛି। ୫୩,୨୭୯ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ୪୭,୦୬୦ଜଣ ପାସ୍ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.