ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍ ଲଞ୍ଚର (ଏମ୍ବିଆର୍ଏଲ୍)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍ଏମ୍ କାଲିବର ରକେଟ୍ ‘ପିନାକ’ର ସଫଳ ପରୀକ୍ଷଣ ହୋଇଛି। ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ) ପକ୍ଷରୁ ବିକଶିତ ଏହି କ୍ଷେପଣାସ୍ତ୍ର ୪୦କି.ମି. ଦୂରବର୍ତ୍ତୀ ସ୍ଥଳଭାଗରେ ଥିବା ଶତ୍ରୁପକ୍ଷର ଯୁଦ୍ଧାସ୍ତ୍ରକୁ ନଷ୍ଟ କରିପାରିବ। ଏହି କ୍ଷେପଣାସ୍ତ୍ରକୁ ପୁଣେ ସ୍ଥିତ ଆର୍ମାମେଣ୍ଟ ରିସର୍ଚ୍ଚ ଆଣ୍ଡ ଡେଭଲେପ୍ମେଣ୍ଟ ଏଷ୍ଟାବ୍ଲିସମେଣ୍ଟ (ଏଆର୍ଡିଇ ) ଏବଂ ହାଇ ଏନର୍ଜି ମେଟେରିଆଲ୍ସ ରିସର୍ଚ୍ଚ ଲାବୋରେଟୋରୀ (ଏଚ୍ଇଏମ୍ଆର୍ଏଲ୍) ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି। କ୍ଷେପଣାସ୍ତ୍ରର ସଫଳତାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆର୍ଡିଓ ଏବଂ ଏଥିସହ ଜଡ଼ିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଡିଆର୍ଡିଓ ଅଧ୍ୟକ୍ଷ ଡ. ଜି ସତୀଶ ରେଡ୍ଡୀ ଏହି ସଫଳତା ପାଇଁ ମିଶନରେ ସମ୍ପୃକ୍ତ ସମସ୍ତ ଅଧିକାରୀ ଏବଂ ସଦସ୍ୟଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.