ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍ ପ୍ୟାଡ୍ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍ରେ ଦୂରଗାମୀ ସବ୍ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି।
ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର। ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ଓ୍ବାରହେଡ୍ ନେଇପାରିବ ଏବଂ ସଠିକ୍ ଭାବେ ଲକ୍ଷ୍ୟ ଭେଦ କରିପାରିବ । ଉତ୍କ୍ଷେପଣ ପରେ ନିର୍ଭୟ ମିସାଇଲ ଏୟାରକ୍ରାଫ୍ଟ ଭଳି ଉଡ଼ାଣ କରି ଶତ୍ରୁ ଉପରକୁ ଆକ୍ରମଣ କରିପାରିବ। ଭାରତୀୟ ପ୍ରତିରକ୍ଷା ଏବଂ ଗବେଷଣା ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ନିର୍ଭୟ କ୍ଷେପଣାସ୍ତ୍ରକୁ ବିକଶିତ କରିଛି। ଭାରତୀୟ ସେନାରେ ସାମିଲ ହୋଇଥିବା ଏହି ସବ୍ସୋନିକ କ୍ଷେପଣାସ୍ତ୍ରର ମାରଣାସ୍ତ୍ର କ୍ଷମତା ଆମେରିକାର ପ୍ରସିଦ୍ଧ ଟୋମହାଓ୍ବକ କ୍ଷେପଣାସ୍ତ୍ର ସହ ସମାନ ରହିଛି ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ।
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...
ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ
କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ...
ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ...
ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...
ବର୍ଷାରେ ଧୋଇଗଲା ଡାଇଭର୍ସନ
କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...
‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’
ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ...


