ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର ପାଇଁ ବରଯାତ୍ରୀ ସହ ଜଗତସିଂହପୁର ଜିଲାର ତିର୍ତ୍ତୋଲ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗଁାକୁ ଯାଇଥିଲେ। କିନ୍ତୁ ସେଠାରେ ଜଣେ ରାଜସ୍ବ ଅଧିକାରୀ ହୋଇ ବି କରୋନା ଆଇନକୁ ଉଲ୍ଲଂଘନ କରି ଶତାଧିକ ଲୋକଙ୍କ ସମାଗମରେ ନୃତ୍ୟ ପ୍ରଦର୍ଶନ କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ଏପରିକି ନିଜେ ମାସ୍କ ମଧ୍ୟ ପିନ୍ଧି ନ ଥିବା ନେଇ ସେତେବେଳେ ଜୋର ଚର୍ଚ୍ଚା ହୋଇଥିଲା। ସ୍ଥାନୀୟ ସରପଞ୍ଚ ସିଲାରାଣୀ ଖଣ୍ଡୁଆଳଙ୍କ ଲିଖିତ ଅଭିଯୋଗ କ୍ରମେ ଜଗତସିଂହପୁର ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହାସହ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଏହି ଅଭିଯୋଗ ଉପରେ ଯାଞ୍ଚ କରି ସରକାରଙ୍କୁ ରିପୋର୍ଟ ଦିଆଯାଇଥିଲା।
Posted inଆମ ଜିଲା ଖବର, କରୋନା ଭାଇରସ୍, ଯାଜପୁର View All
ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...
କୋଭିଶିଲ୍ଡ୍ ଡୋଜ୍ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର
ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର...
ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍...
ଲାବ୍ରୁ ବାହାରିନି ଭୂତାଣୁ: ବ୍ୟାଟ୍ ଓମ୍ୟାନ
ବେଜିଂ, ୧୭ା୬: ଚାଇନାର ଉହାନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍ ହୋଇଥିବା କଥା ଭୁଲ୍ ବୋଲି କହିଛନ୍ତି ଚାଇନା ବ୍ୟାଟ୍ ଓମ୍ୟାନ ଭାବେ...
ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ...


