ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର ସଦସ୍ୟଙ୍କ ସହ ଫୋନରେ କଥା ହେବାକୁ ଅନୁମତି ଦେଇଥିଲେ। ପରିବାର ଲୋକଙ୍କ ସହ କଥା ହୋଇ ସେ ଭୋ’ ଭୋ’ ହୋଇ କାନ୍ଦିବାକୁ ଲାଗିଥିଲେ। କୁସ୍ତି ଯୋଦ୍ଧା ସାଗର ଧନଖରଙ୍କ ହତ୍ୟା ମାମଲାରେ ସୁଶୀଲଙ୍କୁ ଗିରଫ କରାଯାଇଛି। ମେ ୪ ରାତିରେ ସାଗର ଧନଖରଙ୍କ ହତ୍ୟା ପରେ ସୁଶୀଲ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଦୌଡୁଥିଲେ। ଏହି ସମୟ ମଧ୍ୟରେ ସେ ତାଙ୍କ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା କରିବାର ସୁଯୋଗ ପାଇ ନ ଥିଲେ। ଜେଲ ସୂତ୍ରରୁ ଜଣାପଡିଛି ଯେ ସୁଶୀଲ ଜେଲରୁ ତାଙ୍କ ଘର ସହ କଥା ହେବାବେଳେ ଅତ୍ୟନ୍ତ ଭାବପ୍ରବଣ ହୋଇଥିଲେ। ତେବେ ସୁଶୀଲ ନିଜକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ଦଶରୁ ପନ୍ଦର ମିନିଟ ପର୍ଯ୍ୟନ୍ତ ଚାଲିଥିବା ବାର୍ତ୍ତାଳାପ ସମୟରେ ସୁଶୀଲ ପରିବାର ସଦସ୍ୟଙ୍କ ବିଷୟରେ ପଚାରିଥିଲେ। ଜେଲ ଅଧିକାରୀ କହିଛନ୍ତି ଯେ କରୋନା ମହାମାରୀ ହେତୁ ବନ୍ଦୀମାନଙ୍କୁ ସେମାନଙ୍କ ପରିବାର ଲୋକଙ୍କ ସହ ଭେଟିବାକୁ ଦିଆଯାଉ ନାହିଁ। ଏଭଳି ପରିସ୍ଥିତିରେ ବନ୍ଦୀମାନଙ୍କୁ ସପ୍ତାହରେ ଦୁଇଥର ଫୋନ ଯୋଗେ କଥାବାର୍ତ୍ତା କରିବାକୁ ଅନୁମତି ଦିଆଯାଇଛି। ଗୁରୁବାର ନିୟମ ଅନୁଯାୟୀ ସୁଶୀଲଙ୍କୁ ତାଙ୍କ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା ମଧ୍ୟ କରାଯାଇଥିଲା।
କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍…
ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...
ମନ ଭାଙ୍ଗିଦେଲା ବର୍ଷା
ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି...
କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...
ୟୁରୋକପ୍ ଫୁଟ୍ବଲ: ଚେକ୍ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ
ଲଣ୍ଡନ,୨୪।୬: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍ ଗଣରାଜ୍ୟକୁ ପରାସ୍ତ...
ଆଇପିଏଲ୍ ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ
ନୂଆଦିଲ୍ଲୀ, ୭।୬: ଅଧାରୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଫାଇନାଲ ଅକ୍ଟୋବର ୧୫କୁ ଘୁଞ୍ଚିପାରେ। ପ୍ରତିଯୋଗିତା ସ୍ଥଳ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ...
ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୧୫।୬: ଖୁବ୍ କମ୍ ମ୍ୟାଚ୍ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ...
କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍ଘାଟନୀ ମ୍ୟାଚ
ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍ଘାଟିତ ହୋଇଛି। ଉଦ୍ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ...
କୋପା ଆମେରିକାରେ କରୋନା ସଙ୍କଟ
ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍ଙ୍କ ସମେତ ମୋଟ...


