ମହାକାଳପଡ଼ା,୨୬।୬(ଡି.ଏନ୍.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଏଥିସହ ତାଙ୍କ ନିକଟରେ ଏକ ଦୁଇ ବର୍ଷର ଶିଶୁ ପୁତ୍ର ଗୁରୁତର ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏନେଇ ଖବର ଜଣାପଡ଼ିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଏହାପରେ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଯାଇଛି। ଅନ୍ୟପଟେ ଏଯାଏଁ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଜମ୍ବୁ ସାମୁଦ୍ରିକ ଥାନା କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ପ୍ରାଥମିକ ସୂଚନା ଅନୁସାରେ ଉକ୍ତ ମହିଳା ଜଣଙ୍କ ଏହି ଅଞ୍ଚଳର ନୁହେଁ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି। ଅନ୍ୟପଟେ କେହି ଦୁର୍ବୃତ୍ତ ଏହି ମହିଳାଙ୍କୁ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରୁଛି ପୋଲିସ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.