ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ ପ୍ରଥମେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଥିଲା। ପରିବାର ଲୋକ ଓ ସମ୍ପର୍କୀୟ ଶେଷ ଦର୍ଶନ କରିଥିଲେ ।
ସତ୍ୟନଗର ଶ୍ମଶାନରେ ହିନ୍ଦୁ ରୀତିନୀତି ଅନୁସାରେ ରବିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ବାମୀ ଦୀପକ ପୂଜାରୀ ମୁଖାଗ୍ନୀ ଦେଇଥିଲେ। ଅଭିନେତ୍ରୀ ତଥା ବିଜେଡି ନେତ୍ରୀ ଏଲିନା ଦାସ, ଉଷଶ୍ରୀ ମିଶ୍ରଙ୍କ ସମେତ ବହୁ ଓଲିଉଡ୍ ଅଭିନେତ୍ରୀ ଅଭିନେତା ତପୁଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ସୂଚନାଯୋଗ୍ୟ, ମେ’ ୨୦ରେ ତପୁ କରୋନାରେ ସଂକ୍ରମିତ ହୋଇଥିଲେ। ପରେ ତାଙ୍କର କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଥିଲା। ମାତ୍ର ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଥିଲା। ଅକ୍ସିଜେନ ସ୍ତର କମିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ମାସେ ହେବ ଚିକିତ୍ସିତ ହେବା ପରେ ଜୀବନ ଯୁଦ୍ଧରେ ସେ ହାରି ଯାଇଥିଲେ। ତାଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.