ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। +୨ ପିଲା ଓ ତାଙ୍କ ପରିବାରକୁ ଟିକା ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତିି। ଅଗ୍ରାଧିକାର ଭିତ୍ତିରେ ରାଜ୍ୟସରକାର ଏହି ଟିକା ଦେବା ପାଇଁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି। ମଙ୍ଗଳବ ଏହି ଟିକା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠି ଲେଖିଛନ୍ତି। ଟିକାକରଣକୁ ନେଇ ରାଜ୍ୟସରକାରଙ୍କୁ ଅଧିକ କ୍ଷମତା ଦିଆଯାଉ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। କାରଣ ସରକାର +୨ ପିଲା ଓ ତାଙ୍କ ପରିବାରକୁ ଟିକାକରଣ କରିବାକୁ ଚାହୁଁଛନ୍ତି। ତେବେ ଘଟଣାର ଗୁରୁତ୍ୱ ଉପଲବ୍ଧି କରି ହସ୍ତକ୍ଷେପ କରିବାକୁ ନବ ଦାସ କେନ୍ଦ୍ରମନ୍ତ୍ରୀଙ୍କୁ ଦାବି କରିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.