ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ସେ ଦଳର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଥିଲେ। ହୁଜୁରାବାଦ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ରାଜେନ୍ଦ୍ର ଶାସକ ଟିଆର୍ଏସ୍ର ଜଣେ ବରିଷ୍ଠ ନେତା ଅଟନ୍ତି। ତେବେ ଦଳ ଛାଡ଼ିବା ନେଇ କହିଛନ୍ତି, ମୁଁ ମୋର ଇସ୍ତଫା ପତ୍ର ସିଧାସଳଖ ବାଚସ୍ପତିଙ୍କ ନିକଟେରେ ଦାଖଲ କରିବାକୁ ଚାହୁଁଥିଲି। ହେଲେ ତାଙ୍କୁ ଭେଟି ପାରିଲି ନାହିଁ। ଏଭଳି ପରିସ୍ଥିତିରେ ମୋତେ ବିଧାନସଭା ସଚିବଙ୍କ ନିକଟରେ ଇସ୍ତଫା ଦେବାକୁ ହେବ ବୋଲି ସେ କହିଛନ୍ତି।
ଏହାଛଡ଼ା ଇସ୍ତଫା ଦେବା ପୂର୍ବରୁ ରାଜେନ୍ଦ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ତାଙ୍କର ଅନେକ ଶୁଭେଚ୍ଛୁ ତାଙ୍କୁ ଇସ୍ତଫା ଦେବାକୁ ପରାମର୍ଶ ଦେଇଛନ୍ତି। ହେଲେ ସେ ନିଜର ନିର୍ବାଚନମଣ୍ଡଳୀ ତଥା ତେଲେଙ୍ଗାନାବାସୀଙ୍କ ଆତ୍ମସମ୍ମାନ ପାଇଁ ଏଭଳି କରୁଛନ୍ତି। ଅପରପକ୍ଷେ ଜୁନ ୧୪ରେ ସେ ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ଉପସ୍ଥିତିରେ ପଦ୍ମ ଧରିବାର ସମ୍ଭାବନା ଥିବା ନେଇ ଚର୍ଚ୍ଚା ହେଉଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.