ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର ସୋପୋରେର ଆରାମପୋରାରେ ପୋଲିସ ଓ ସିଆରପିଏଫ୍ର ମିଳିତ ଟିମ୍ ଉପରେ ଆତଙ୍କବାଦୀ ଅଚାନକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୨ଜଣ ପୋଲିସକର୍ମୀ ଶହୀଦ ହୋଇଥିବା ବେଳେ ୨ଜଣ ନାଗରିକଙ୍କ ମୃତ୍ୟୁ ହୋଇଛି। ଏଥିସହ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍ କରାଯାଇ ଆତଙ୍କବାଦୀଙ୍କ ସନ୍ଧାନ ଜାରି ରହିଛି। ଏହି ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ହାତ ରହିଛି ବୋଲି ଆଇଜି ବିଜୟ କୁମାର କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.