ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍ବଲ କୋଚ୍ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଗତ ମାସ ୧୨ ତାରିଖରେ କରୋନାରେ ଆକ୍ରାନ୍ତ ଜଣାପଡ଼ିବା ପରେ ଘରେ କିଛିଦିନ ଆଇସୋଲେଶନରେ ରହିଥିଲେ। ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ସେ ୧୬ ତାରିଖରେ ବାରିପଦା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ଏବଂ ୧୭ ତାରିଖରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିଲେ। ନନ୍ଦକିଶୋରଙ୍କ ସ୍ତ୍ରୀ ଏବଂ ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି। ତାଙ୍କ ପରଲୋକରେ ରାଜ୍ୟ କ୍ରୀଡ଼ା ଜଗତରେ ଶୋକରଛାୟା ଖେଳିଯାଇଛି। ଭାରତୀୟ ମହିଳା ଫୁଟ୍ବଲ ଦଳର ପ୍ରଥମ ଓଡ଼ିଆ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ କୋଚ୍ଭାବେ ନନ୍ଦକିଶୋର ବିଶେଷ ପରିଚିତ ଥିଲେ। ଏହା ବ୍ୟତୀତ ସେ ଗୀତାଞ୍ଜଳି ସାମନ୍ତରାୟ, ରଞ୍ଜିତା ମହାନ୍ତି, ପ୍ରଶାନ୍ତି ପ୍ରଧାନ, ସୁଦୀପ୍ତା ଦାଶ, ସରିତା ଜୟନ୍ତୀ ବେହେରା, ମାମାଲି ଦାସ, ପ୍ରଥମା ପ୍ରିୟଦର୍ଶିନୀଙ୍କ ପରି ଡଜନେରୁ ଊର୍ଦ୍ଧ୍ୱ ନାମୀ ଖେଳାଳିଙ୍କୁ ସେ ପ୍ରଶିକ୍ଷଣ ଦେଇଥିଲେ। ମହିଳା ଫୁଟ୍ବଲକୁ ତାଙ୍କ ଅବଦାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୫ ଅଗଷ୍ଟ ୨୯ରେ ତାଙ୍କୁ ଶ୍ରେଷ୍ଠ କୋଚ୍ଭାବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନିତ କରିଥିଲେ।
କୋପା ଆମେରିକାରେ କରୋନା ସଙ୍କଟ
ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍ଙ୍କ ସମେତ ମୋଟ...
ବ୍ୟାଟିଂରେ ବି ଜଲଓ୍ବା ଦେଖାଉଛନ୍ତି ବିଶ୍ୱର ଏହି ଶ୍ରେଷ୍ଠ ବୋଲର୍: ବଡ ବଡ ବ୍ୟାଟ୍ସମ୍ୟାନ୍ଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍
ସାଉଥାମ୍ପଟନ୍,୨୩।୬: ନ୍ୟୁଜିଲାଣ୍ଡ ଦଳର ଏବେକାର ସବୁଠାରୁ ସଫଳ ବୋଲର ଟିମ ସାଉଥ। ତାଙ୍କର ସ୍ବିଙ୍ଗ ବୋଲିଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ର ଫାଇନାଲରେ...
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା...
ଟିମ୍ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ
ସାଉଥାମ୍ପଟନ,୪।୬ : ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ ପାଇଁ ସାଉଥାମ୍ପଟନର ଏଜେସ ବାଉଲଠାରେ ପହଞ୍ଚିଛି ଟିମ୍ ଇଣ୍ଡିଆ। ଖେଳାଳିମାନଙ୍କୁ ଏବେ ହାର୍ଡ...
ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ
ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା...
କ୍ରିକେଟ୍ ଇତିହାସରେ ଆଜି ଏକ ଖାସ୍ ଦିନ: ୧୮ ବର୍ଷ ପୂର୍ବେ ଘଟିଥିଲା ଏମିତି..
କ୍ରିକେଟ ଇତିହାସରେ ଆଜି ଏକ ଖାସ୍ ଦିନ। ୧୮ ବର୍ଷ ପୂର୍ବେ ୧୩ ଜୁନ, ୨୦୦୩ ରେ କ୍ରିକେଟର ତୃତୀୟ ଫର୍ମାଟ ଅର୍ଥାତ୍ ଟି-୨୦ କ୍ରିକେଟ...
ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍ ସାଥୀ ଖେଳାଳି କରିଦେଲେ ଫିକା
ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...
ଶେଫାଳିଙ୍କ ବିରଳ କୃତିତ୍ୱ
ବ୍ରିଷ୍ଟଲ, ୧୯।୬-ଏଠାରେ ଚାଲିଥିବା ଏକମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ସଂଘର୍ଷ କରୁଥିଲେ ହେଁ ବ୍ୟକ୍ତିଗତ ଭାବେ ଶେଫାଳି ବର୍ମା ଚମତ୍କାର ପ୍ରଦର୍ଶନ ଅବ୍ୟାହତ...


