ନୟାଗଡ଼ର ଦୁଇ ଖବରଦାତାଙ୍କ ଉପରେ ଆକ୍ରମଣକୁ ନିନ୍ଦା

ବାଲିଗୁଡ଼ା,୨୬ା୬(ଡି.ଏନ୍‌.ଏ.) ନୟାଗଡ଼ ଜିଲାର ଦୁଇ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଅବକାରୀ ବିଭାଗର ଏଏସ୍‌ଆଇ ଆକ୍ରମଣ ଘଟଣାକୁ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଶୁକ୍ରବାର ନୟାଗଡ଼ ଜିଲା ଅବକାରୀ ବିଭାଗ ପକ୍ଷରୁ ଏକ ସରକାରୀ ମଦ ଦୋକାନରେ ଚଢ଼ାଉ କରି ନକଲି ମଦ ଜବତ କରି ଅବକାରୀ ବିଭାଗ ମୋବାଇଲ କାର୍ଯ୍ୟାଳୟକୁ ଆଣି ରଖିଥିବା ବେଳେ ଖବର ସଂଗ୍ରହ କରି ବାକୁ ଯାଇ ଜବତ ମଦର ଫଟୋ ଓ ଭିଡିଓ ଉତ୍ତୋଳନ କରୁଥିବା ବେଳେ ଏସ୍‌ଆଇ ଧନଞ୍ଜୟ ପାତ୍ର ଓ ଜଣେ କନଷ୍ଟେବଳ ଖବରଦାତାମାନଙ୍କୁ ଧକ୍କା ମାରିବା ସହ ଗାଳିଗୁଲଜ କରିଥିଲେ। ଯାହାକୁ ନେଇ ନୟାଗଡ଼ ଥାନାରେ ଏକ ମାମଲା ଦାୟର ହୋଇଥିଲା। ଜିଲା ଖବରଦାତାମାନେ ନ୍ୟାୟ ପାଇଁ ରାତି ସାରା ଥାନା ସମ୍ମୁଖରେ ଧାରଣାରେ ବସିଥିଲେ। ଏହି ଘଟଣାକୁ କନ୍ଧମାଳ ଉତ୍କଳ ଖବରଦାତା ସଂଘ ସଭାପତି ସନ୍ତୋଷ କୁମାର ଦାଶ, ସୁବାସ ଚନ୍ଦ୍ର ପ୍ରଧାନ, ଫିଲିମୋହନ ନାୟକ, ସୁବାସ ଚନ୍ଦ୍ର ମହାରଣା, ସଞ୍ଜୟ କୁମାର ପାଣିଗ୍ରାହୀ, ମନୋରଞ୍ଜନ ରାୟ, ପ୍ରେମଚାନ୍ଦସିଂ, ବସନ୍ତ ବେହେରା, ହିମାଂଶୁ ବେହେରା, ପ୍ରଶାନ୍ତ ବେହେରା, ରମେଶ ପ୍ରଧାନ ପ୍ରମୁଖ ଦୃଢ଼ ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ମଧ୍ୟ ଏହାର ଦୃଢ଼ ପ୍ରତିବାଦ କରିବ ବୋଲି ଏକ ପ୍ରେସ୍‌ ବିବୃତ୍ତିରେ ପ୍ରକାଶ କରିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.