Categories: ଖେଳ

ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍‌ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ ଜଣେ। ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ୧୦୦% ହାରରେ ରନ୍‌ କରି ଅନେକ ରେକର୍ଡ ନିଜ ନାମରେ କରିଛନ୍ତି। ୧୯୩୦ ଜୁଲାଇ ୧୧ରେ ଇଂଲଣ୍ଡ ବିପକ୍ଷରେ ବ୍ରାଡମ୍ୟାନ୍‌ ଗୋଟିଏ ଦିନରେ ସବୁଠାରୁ ଅଧିକ ରନ୍‌ କରି ରେକର୍ଡ କରିଥିଲେ।

ଲିଡ୍ସରେ ଖେଳାଯାଉଥିବା ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ବ୍ରାଡମ୍ୟାନ ତ୍ରିଶତକ କରିଥିଲେ। ଦିନର ତିନୋଟି ସେସନରେ ସେ ଏହା କରି ଦେଖାଇଥିଲେ। ଦିନର ଖେଳ ଶେଷ ସୁଦ୍ଧା ସେ ୩୦୯ ରନ୍‌ କରି ଅପରାଜିତ ଥିଲେ। ତାଙ୍କର ଏଭଳି ପାଳି ଯୋଗୁ ଦଳୀୟ ସ୍କୋର ୪୫୮/୩ ଥିଲା।

ବ୍ରାଡମ୍ୟାନ୍‌ଙ୍କୁ ସେତେବେଳେ ମାତ୍ର ୨୧ ବଷର ଥିଲେ। ଲିଡ୍ସରେ ସେ ନିଜର ସପ୍ତମ ଟେଷ୍ଟ ମ୍ୟାଚ୍‌ ଖେଳୁଥିଲେ। ମ୍ୟାଚ୍‌ରେ ୧୧ତମ ବଲ୍‌ ପଡ଼ିବା ପରେ ସେ ପଡ଼ିଆକୁ ଆସିଥିଲେ। ଲଞ୍ଚ ପୂର୍ବରୁ ସେ ନିଜର ଶତକ ପୂରଣ କରିଥିଲେ। ଏପରିକି ଟି-ବ୍ରେକ୍‌ ପୂର୍ବରୁ ନିଜର ଦ୍ୱିଶତକ ପୂରଣ କରିଦେଇଥିଲେ। ଦିନର ଖେଳ ଶେଷ ସୁଦ୍ଧା ସେ ୪୪୮ ବଲ୍‌ ଖେଳି ୩୦୯ କରିଥିଲେ। ବ୍ରାଡ୍‌ମ୍ୟାନ୍‌ଙ୍କ ଏହି ରେକର୍ଡକୁ ଆଜି ପର୍ଯ୍ୟନ୍ତ କୌଣସି ବ୍ୟାଟ୍ସମ୍ୟାନ୍‌ ଭାଙ୍ଗିପାରିନାହାନ୍ତି। ତେବେ ମ୍ୟାଚ୍‌ର ଦ୍ୱିତୀୟ ଦିନରେ ବ୍ରାଡମ୍ୟାନ୍‌ ୩୩୪ ରନ୍‌ କରି ଆଉଟ୍‌ ହୋଇଥିଲେ, ଯାହାକି ତାଙ୍କ ଟେଷ୍ଟ କ୍ୟାରିୟରର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଲଟିଥିଲା। ୯୦ ବର୍ଷ ଧରି ତାଙ୍କର ରେକର୍ଡ ପୂର୍ବବତ୍‌ ରହିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.