ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି ମିଳିଛି। ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦିଆଯାଇଛି। ସେହିପରି ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ଦଳ।
ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ଜିଲା ପାଇଁ ନିରଞ୍ଜନ ପୂଜାରୀଙ୍କୁ ବିଜେଡି ନିଯୁକ୍ତି ଦେଇଛି। ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।
ସେହିପରି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ମିଳିଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ମହେଶ୍ୱର ମହାନ୍ତିଙ୍କୁ ଦାୟିତ୍ୱ ଦେଇଛି ବିଜେଡି । ଏହି ନିର୍ଦ୍ଦେଶନାମାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହର ମାରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.