ତିନିଦିନ ତଳେ ରାଗିକି ଘର ଛାଡ଼ି ଯାଇଥିଲେ: ଏବେ ଗଛରୁ ଝୁଲନ୍ତା ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୪ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ଫାଣ୍ଡି ନିକଟ ବେଡ଼ାବନ୍ଧ ହୁଡ଼ାରେ ଥିବା ଏକ ଖଜୁରୀ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକଙ୍କ ମୋବାଇଲ୍‌ରୁ ପୋଲିସ ପରିବାର ସହ ଯୋଗାଯୋଗ ପରେ ତାଙ୍କ ଭାଇ ପହଞ୍ଚି ମୃତଦେହ ଚିହ୍ନଟ କରିଛନ୍ତି। ମୃତକ ଟି. ରାକେଶ ରାଓ (୨୨) ବୋଲି। ମୃତଦେହ ଜବତ କରି ୨୬/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନାନୁଯାୟୀ ଗୋବିନ୍ଦ ବିହାର ପ୍ରଥମ ଲାଇନରେ ଭେଙ୍କଟ ଓ ତାଙ୍କ ଭାଇ ରାକେଶ ଏକ ଘର ଭଡ଼ା ନେଇ ରୁହନ୍ତି। ରାକେଶ ଜଣେ ଅଟୋ ଚାଳକ ହୋଇଥିବା ବେଳେ ପ୍ରତିଦିନ ମଦ୍ୟପାନ କରି ଘରକୁ ଆସି ଭାଉଜଙ୍କ ସହ ଝଗଡ଼ା କରୁଥିଲେ। ଗତ ତିନିଦିନ ତଳେ ଭେଙ୍କଟ ଓ ତାଙ୍କ ଭାଇ ରାକେଶଙ୍କ ସହ ଝଗଡ଼ା ହୋଇଥିଲା। ଘଟଣା ପରେ ରାକେଶ ଘରଛାଡ଼ି ଚାଲି ଯାଇଥିଲେ। ଉକ୍ତ ଝଗଡ଼ାକୁ କେନ୍ଦ୍ରକରି ସେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.