ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍ ଭାସିଗଲା। ଜଣେ ମହିଳା ଏହି କାର୍କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ। ତେବେ ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମହିଳା ଜଣଙ୍କ କିପରି ନିଜ ଜୀବନ ସହ ଲଢୁଛନ୍ତି ତାହା ଭିଡିଓରେ ଦେଖିବାକୁ ମିଳିଛି।
ସୂଚନାନୁଯାୟୀ, ମହିଳା ଜଣକ ନିଜେ କାର୍ ଚଳାଉଥିଲେ। ପ୍ରବଳ ବର୍ଷା ହେତୁ ବନ୍ୟାରେ ଫସି ରହିଥିଲେ। ପାଣିର ସ୍ରୋତ ଏତେ ପ୍ରଖର ଥିଲା ଯେ କାର୍ଟି ଭାସିଗଲା। ସେ ସଙ୍ଗେ ସଙ୍ଗେ କାର୍ରୁ ବାହାରି ଏକ ଗଛ ଧରିବାରେ ସଫଳ ହେଲେ। ଦୀର୍ଘ ସମୟ ସେ କାର୍କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ଭିଡିଓରେ ଜଣେ ଉଦ୍ଧାରକାରୀ ଅଧିକାରୀ ମହିଳାଙ୍କ ଉପରକୁ ଏକ ଦଉଡ଼ି ପକାଇଲେ। ସେ ଏହାକୁ ଧରି କୂଳକୁ ପହଁରି ଆସିଛନ୍ତି। କାର୍ ମଧ୍ୟ ଉଦ୍ଧାର ହୋଇଛି। ମହିଳାଙ୍କ ସାହସିକତାକୁ ସାଧାରଣରେ ପ୍ରଶଂସା କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.