କୋଭିଡ୍‌ଜନିତ ମୃତ୍ୟୁ ଅଡିଟ୍‌ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ

କଟକ ଅଫିସ,୨୫।୬: କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଏସ୍‌.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍‌ରେ କେତେଜଣଙ୍କ ମୃତ୍ୟୁ ଘଟିଛି, ତାହାର ସବିଶେଷ ତଥ୍ୟ ଦେବାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ନୟାଗଡ଼ ଜିଲା ଚିକିତ୍ସା ଅଧିକାରୀ ପ୍ରଦାନ କରିଥିବା କୋଭିଡ୍‌ଜନିତ ମୃତ୍ୟୁ ତଥ୍ୟ ଓ ରାଜ୍ୟ ସରକାର ପୋର୍ଟାଲରେ ଦର୍ଶାଯାଇଥିବା ତଥ୍ୟରେ ତାଳମେଳ ରହୁନାହିଁ। ତେଣୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏ ନେଇ ତଦନ୍ତ କରିଛନ୍ତି କି ନାହିଁ ତାହାର ରିପୋର୍ଟ ଆସନ୍ତା ଜୁଲାଇ ୫ରେ ଶୁଣାଣି ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଡ୍‌ଭୋକେଟ ଜେନେରାଲ ଦାଖଲ କରିବାକୁ କୁହାଯାଇଛି।
କୋଭିଡ୍‌ଜନିତ ମୃତ୍ୟୁର ଅଡିଟ୍‌ ପାଇଁ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିଶିକାନ୍ତ ମିଶ୍ର ଗତ ୧୮ ତାରିଖରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ସେ ପିଟିଶନରେ ଦର୍ଶାଇଥିଲେ, ନୂଆପଡା ଜିଲାରେ ଗତ ଏପ୍ରିଲରେ କୋଭିଡ୍‌ ପଜିଟିଭ ହାର ୩୫ ପ୍ରତିଶତ ଥିଲା। ଅର୍ଥାତ୍‌ ୩ଜଣରେ ଜଣେ ଆକ୍ରାନ୍ତ ହୋଇଥିଲେ। ସରକାରୀଭାବେ ୪ଜଣ ଦର୍ଶାଯାଇଥିବାବେଳେ ଜିଲାର କୋଭିଡ୍‌ ହସ୍ପିଟାଲ ପକ୍ଷରୁ ୮୨ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ମିଳିଥିଲା। ସେହିପରି ସମ୍ବଲପୁର ଜିଲାରେ କୋଭିଡ୍‌ଜନିତ ମୃତ୍ୟୁ ୧୯୧ବୋଲି କୋଭିଡ୍‌ ହସ୍ପିଟାଲ ପକ୍ଷରୁ ଜଣାପଡିଥିବାବେଳେ ସରକାରୀ ଭାବେ ୮୨ ଦର୍ଶାଯାଇଥିଲା। ଅନ୍ୟପକ୍ଷରେ ଦ୍ୱିତୀୟ ଲହରରେ ନୟାଗଡ ଜିଲାରେ କୋଭିଡ୍‌ଜନିତ ମୃତ୍ୟୁ ସଂଖ୍ୟା ୯୭ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥ୍ୟ ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ ପୋର୍ଟାଲରେ ୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣଙ୍କ କୋଭିଡ୍‌ଜନିତ ମୃତ୍ୟୁ ହୋଇଥିବା ଦର୍ଶାଯାଇଥିଲା। ତେଣୁ ଏନେଇ ଅଡିଟ କରାଯିବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.